ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ତାଙ୍କର ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମର କ୍ୟାମେରା ଆଗରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।

ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର ଉଦ୍ୟମ କରିଥିଲେ।”

https://www.youtube.com/watch?v=siCP256I55g


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri