ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ ସାମ୍ନାକୁ ଆସୁଛି।
ଏକ ଜାତୀୟ ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ଡିସିପି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୋଷାରୋପ କରିଥିଲେ। ଉଭୟ ଥାନାରେ ପହଞ୍ଚି ଉଭୟ ହଙ୍ଗାମା କରିବା, ସହ ଦୁର୍ବ୍ୟବହାର କରିଥିବା ସେ କହିଲେ।
ସେ ଆହୁରି କହିଥିଲେ ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ସହ ଅଙ୍କିତା ଗାଳି କରିଥିଲେ। ଯାହାଙ୍କୁ ଦେଖିଲେ ଲାଗୁଥିଲା ସେ  ନିଶାଗ୍ରସ୍ତ ଥିଲେ।  ଜଣେ ମହିଳା ଅଫିସରଙ୍କୁ ସେ ଚାପୁଡ଼ା ମାରିଲେ, ଅନ୍ୟ ଜଣକୁ କାମୁଡ଼ିଲେ। ଆଇଆଇସି ଆସିଲା ପରେ ତାଙ୍କୁ ବି ସେ ଦୁର୍ବ୍ୟବହାର କରିଥିଲେ। ଦୁର୍ବ୍ୟବହାର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିଲା।
ବର୍ତ୍ତମାନ ଏକ ଭିଡିଓ ଭାଇରାଲ ହେଉଛି  ଯେଉଁଥିରେ ଦେଖିବାକୁ ମିଳୁଛି ଉଭୟ ଲିଖିତ ଅଭିଯୋଗ କରିଥିଲେ। ଶୃଙ୍ଖଳିତ ଭାବେ ଥାନାରେ ଅଭିଯୋଗ ଲେଖିଥିଲେ ମେଜର ଓ ତାଙ୍କ ବାନ୍ଧବୀ । ଉଭୟଙ୍କ ଭିଡିଓ ବି କରିଥିଲେ ପୋଲିସ କର୍ମଚାରୀ।
ଅନ୍ୟପକ୍ଷେ ଥାନାରେ କୋଟିକୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଭରତପୁର ଥାନାରେ କ୍ୟାମେରା ନାହିଁ ବୋଲି ରବିବାର ଥାନା ଭାରପ୍ରାପ୍ତ ଅଧିକାରୀ ଦୀନକୃଷ୍ଣ ମିଶ୍ର କହିଥିଲେ।
ତେବେ ପୂର୍ବରୁ ଭରତପୁର ଥାନାରେ ସିସିଟିଭି ଲାଗିଥିବା କହିଥିଲେ ପୋଲିସ କମିଶନର ସଞ୍ଜୀବ ପଣ୍ଡା। ଗତ ମାର୍ଚ୍ଚ ୧୧ ତାରିଖରେ ଭରତପୁର ମଡେଲ ଥାନା ଉଦଘାଟନ ଅବସରରେ ପୋଲିସ କମିଶନର ଖୋଦ ନିଜେ ଏକଥା କହିଥିଲେ।କମିଶନରେଟ ପୋଲିସର ସତ  କେଉଁଟା ମିଛ କେଉଁଟା ତାକୁ ନେଇ ପ୍ରଶ୍ନ ଉଠୁଛି।

ଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ।  ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମ କ୍ୟାମେରା ସାମ୍ନାରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି  ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।

ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?