ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି। ସବୁଆଡୁ ପୋଲିସକୁ ନିନ୍ଦା କରାଯାଉଥିଲା ବେଳେ ଓଡ଼ିଶାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା କହିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ।

ଏକ୍ସରେ ଏକ ପୋଷ୍ଟ କରି ରାହୁଲ ଲେଖିଛନ୍ତି, ”ଓଡ଼ିଶାରେ ଘଟିଥିବା ଏହି ଭୟଙ୍କର ଘଟଣା ଦେଶର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପୋଲିସର ସାହାଯ୍ୟ ମାଗିବାକୁ ଯାଇଥିବା ଜଣେ ସେନା ଅଧିକାରୀଙ୍କୁ ଅତି ନିର୍ମମ ଭାବେ ମାଡ ମାରିବା ସହ ତାଙ୍କ ତାଙ୍କର ବାନ୍ଧବୀଙ୍କ ନିର୍ଯାତନା ଦିଆଯାଇଛି। ଏହି ଘୃଣ୍ୟ ଘଟଣା ସମଗ୍ର ମାନବିକତା ପାଇଁ ଲଜ୍ଜାଜନକ ଅଟେ।

ଭାଜପା ସରକାରଙ୍କ ଅଧୀନରେ ମହିଳାଙ୍କ ବିରୋଧରେ ଅପରାଧ ସମ୍ପୂର୍ଣ୍ଣ ଅନିୟନ୍ତ୍ରିତ ହୋଇପଡିଛି। ଯେତେବେଳେ ଅନ୍ୟାୟ ଆଶ୍ରୟ ପାଇଥାଏ, ତେବେ ସାଧାରଣ ନାଗରିକ କାହାଠାରୁ ସାହାଯ୍ୟ ଆଶା କରିବେ ?

ଏହି ଘଟଣାର ସମସ୍ତ ଅପରାଧୀ କଠୋର ଆଇନଗତ ଦଣ୍ଡ ପାଇବା ଉଚିତ। ସେମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଭାରତର ଲୋକ, ବିଶେଷ କରି ମହିଳାଙ୍କ ସମ୍ମୁଖରେ ନ୍ୟାୟ ଏବଂ ନିରାପତ୍ତାର ଏକ ଉଦାହରଣ ସୃଷ୍ଟି କରିବାର ଆବଶ୍ୟକତା ରହିଛି।”


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri