ବଦଳିଲେ ଭରତପୁର ଥାନା ଅଧିକାରୀ

ଭୁବନେଶ୍ୱର,୧୮ା୯(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିବା ଜଣେ ଆର୍ମି ଅଫିସର ଏବଂ ତାଙ୍କ ବାନ୍ଧବୀଙ୍କୁ ପୋଲିସର ଅକଥନୀୟ ନିର୍ଯାତନା ଘଟଣା ଏବେ ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ପୋଲିସର କାର୍ଯ୍ୟକୁ ନେଇ ବିଭିନ୍ନ ମହଲ୍‌ରୁ ନିନ୍ଦା କରାଯାଉଛି। ଏହି ଘଟଣାରେ ବର୍ତ୍ତମାନ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି। ଏଭଳି ସ୍ଥିତିରେ ତଦନ୍ତର ସ୍ବଚ୍ଛତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାତିରେ ଭରତପୁର ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କୁ ଭୁବନେଶ୍ୱର ଡିସିପି ଅଫିସକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ କମିଶନରେଟ୍‌ ପୋଲିସ ମୁଖ୍ୟାଳୟରେ ଥିବା ଇନ୍‌ସ୍ପେକ୍ଟର ଦୀପକ କୁମାର ଖଣ୍ଡାୟତରାୟଙ୍କୁ ଭରତପୁର ଥାନା ଆଇଆଇସି ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଭରତପୁର ଥାନାରେ ଥିବା ଏଏସ୍‌ଆଇ ସଲିଳମୟୀ ସାହୁ ଓ କନଷ୍ଟେବଳ ବଳରାମ ହାଂସଦାଙ୍କୁ ମଧ୍ୟ ବଦଳି କରାଯାଇଛି। ସଲିଳମୟୀଙ୍କୁ ଭୁବନେଶ୍ୱର ଡିସିପି ଅଫିସ ଓ ବଳରାମଙ୍କୁ ଭୁବନେଶ୍ୱର ରିଜର୍ଭ ଅଫିସକୁ ବଦଳି କରାଯାଇଥିବା କମିଶନରେଟ୍‌ ପୋଲିସ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡ଼ିଛି।

ଦୀନକୃଷ୍ଣ ୨୦୨୨ ନଭେମ୍ବରରେ ମଧ୍ୟ ବିବାଦୀୟ ହୋଇ ନିଲମ୍ବିତ ହୋଇଥିଲେ। ସେ କଟକ କ୍ୟାଣ୍ଟନମେଣ୍ଟ ଥାନା ଅଧିକାରୀ ଥିବାବେଳେ ବାଲିଯାତ୍ରାରେ ପାର୍କିଂ ଟେଣ୍ଡର ନେଇଥିବା ଜଣେ ବ୍ୟକ୍ତିଙ୍କଠାରୁ ବଟି ମାଗିବା ଏବଂ ନ ଦେଲେ ମିଥ୍ୟା କେସ୍‌ରେ ଫସାଇବା ଦେବା ମଧ୍ୟ ଧମକ ଦେଇଥିଲେ। ଏହାର ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହେବା ପରେ ଗଣମାଧ୍ୟମରେ ଶିରୋନାମା ପାଲଟିଥିଲା। ପରେ ଦୀନକୃଷ୍ଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ତାଙ୍କୁ ନଭେମ୍ବର ୨୧ରେ କଟକ ଡିସିପି ଅଫିସକୁ ବଦଳି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri