Posted inଜାତୀୟ

୫ଜି ଆସିଲେ ଗ୍ରାମାଞ୍ଚଳରେ ୧୦୦ ଏମ୍‌ବିପିଏସ୍‌ରେ ଚାଲିବ ନେଟ୍‌

ନୂଆଦିଲ୍ଲୀ,୬।୧୦: ଏୟାରଟେଲ ଏବଂ ଏରିକ୍ସନ ପକ୍ଷରୁ ଭାରତର ପ୍ରଥମ ୫ଜି ନେଟୱର୍କର ପରୀକ୍ଷଣ କରାଯାଇଛି। ଟେଲିକମ ବିଭାଗ ଦ୍ୱାରା ଏୟାରଟେଲକୁ ଦିଆଯାଇଥିବା ୫ଜି ପରୀକ୍ଷଣ ସ୍ପେକ୍ଟ୍ରମର ବ୍ୟବହାର କରି ଦିଲ୍ଲୀ ଏନ୍‌ସିଆର୍‌ ଉପକଣ୍ଠରେ ଥିବା ଭଇପୁର ବ୍ରମାନନ୍‌ ଗ୍ରାମରେ ଏହି ପରୀକ୍ଷଣ କରାଯାଇଥିଲା। ପରୀକ୍ଷା ସ୍ଥାନରୁ ୧୦ କିମି ପର୍ଯ୍ୟନ୍ତ ପରିସୀମାରେ ୧୦୦ ଏମ୍‌ବିପିଏସ୍‌ ସ୍ପିଡ୍‌ରେ ଇଣ୍ଟରନେଟ୍‌ ଚାଲୁଥିବା ଜଣାପଡ଼ିଛି।

ଉନ୍ନତ ମୋବାଇଲ ବ୍ରଡବ୍ୟାଣ୍ଡ(ଇଏମ୍‌ବିବି) ଏବଂ ଫିକ୍ସଡ ୱାୟରଲେସ ଆକସେସ୍‌ (ଏଫଡବବ୍ଲ୍ୟୁଏ) ସେବା ଭଳି ସମାଧାନ ମାଧ୍ୟମରେ ହାଇ ସ୍ପିଡ ବ୍ରଡବ୍ୟାଣ୍ଡର ପହଞ୍ଚକୁ ସକ୍ଷମ କରି ଡିଜିଟାଲ ବିଭାଜନକୁ ଦୂର କରିବା ଦିଗରେ ଏଭଳି ପଦକ୍ଷେପ ସହାୟକ ହେବ ବୋଲି କମ୍ପାନୀ କହିଛି। ଏହା ଦ୍ୱାରା ଦୂରଦୂରାନ୍ତ ସ୍ଥାନଗୁଡ଼ିକରେ ମଧ୍ୟ ହାଇ ସ୍ପିଡ୍‌ ବ୍ରଡବ୍ୟାଣ୍ଡ୍‌ କଭରେଜ ଯୋଗାଯାଇପାରିବ। ଏ ସମ୍ପର୍କରେ ଏୟାରଟେଲ ସିଟିଓ ରନ୍ଦୀପ ସିଙ୍ଗ ଶେଖୋନ କହିଛନ୍ତି, ଭାରତର ପ୍ରଥମ ୫ ଜି ପରୀକ୍ଷଣ ଏବଂ ପ୍ରଥମ ୫ଜି କ୍ଲାଉଡ ଗେମିଙ୍ଗ ଅନୁଭୂତିର ପ୍ରଦର୍ଶନ ପରେ ଗ୍ରାମାଞ୍ଚଳରେ ପ୍ରଥମ ୫ଜି ପରୀକ୍ଷଣ କରି ଏୟାରଟେଲ ବେଶ୍‌ ଗୌରବାନ୍ବିତ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri