୧୫ ଘଣ୍ଟାର ପଚରା ଉଚରା ପରେ ଭାରତୀଙ୍କ ସ୍ୱାମୀ ଗିରଫ, ଏବେ ହେବ ମେଡିକାଲ ଟେଷ୍ଟ

ମୁମ୍ବାଇ,୨୨ ।୧୧: ବଲିଉଡ୍ ଡ୍ରଗ୍ସ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ରବିବାର କମେଡିଆନ୍ ଭାରତୀ ସିଂଙ୍କ ସ୍ୱାମୀ ହର୍ଷ ଲିମ୍ବାଚିୟାଙ୍କୁ ଗିରଫ କରିଛି । ତାଙ୍କୁ ଗିରଫ କରିବା ପୂର୍ବରୁ ଯାଞ୍ଚ ଏଜେନ୍ସି ପାଖାପାଖି ୧୫ ଘଣ୍ଟା ପଚରା ଉଚରା କରିଛି । ଏହାପରେ ତାଙ୍କୁ ଗିରଫ କରାଯାଇଛି । ଏହାପୂର୍ବରୁ ଶନିବାର ଏନ୍‌ସିବି ଭାରତୀ ସିଂଙ୍କ ପ୍ରଡକଶନ ଅଫିସ ଓ ଘରେ ଚଢାଉ କରିଥିଲା ଓ ଯାଞ୍ଚ ସମୟରେ ୮୬.୫ ଗ୍ରାମ ଗଞ୍ଜେଇ ମଧ୍ୟ ଭାରତୀଙ୍କ ଘରୁ ଜବତ କରାଯାଇଥିଲା । ଏହି ଆଧାରରେ ଭାରତୀଙ୍କୁ ପ୍ରଥମେ ଗିରଫ କରାଯାଇଥିଲା ଓ ତାଙ୍କ ସ୍ୱାମୀଙ୍କୁ ପଚରାଉଚରା କରାଯାଇଥିଲା । ଜେରା ସମୟରେ ଉଭୟ ଗଞ୍ଜେଇ ସେବନ କରିବା କଥା ମାନିଥିଲେ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଏହି ମାମଲା ସହ ଯୋଡି ହୋଇ ଯାଇଥିଲା ଡ୍ରଗ୍ସ ମାମାଲା । ଆଉ ଡ୍ରଗ୍ସ ମାମଲାରେ ବଲିଉଡ୍‌ର କେତେଜଣ ବଡ ବଡ ବ୍ୟକ୍ତିଙ୍କର ନାଁ ଆସିଥିବା ବେଳେ ଏବେ ଏଥିରେ ସାମିଲ ହୋଇଯାଇଛନ୍ତି କମେଡିଆନ୍ ଭାରତି ସିଂ ଓ ତାଙ୍କ ସ୍ୱାମୀ ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri