ପତଳି ହେଇଗଲେଣି ଭାରତୀ; କପିଲଙ୍କ ଶୋ’ରେ ଓଜନ କମାଇ ଚମକାଇଲେ…

ବମ୍ବେ: ଲୋକପ୍ରିୟ କମେଡିଆନ୍‌ଙ୍କ ମଧ୍ୟରୁ ଭାରତୀ ସିଂହ ଜଣେ। ସେ ଏବେ ବେଶ ଖୁସି ଅଛନ୍ତି। ସେ ବି ନିଜର ଓଜନ କମାଇବାକୁ ନେଇ। ନିଜର ୧୫ କିଲୋ ଓଜନ କମାଇଛନ୍ତି ଭାରତୀ। କପିଲ ଶର୍ମା ଶୋ’ରେ ସେ ଏନେଇ ସୂଚନା ଦେଇ ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ପୂର୍ବରୁ ଭାରତୀଙ୍କ ଓଜନ ୯୧ କିଲୋ ଥିଲା। ହେଲେ ଏବେ ୭୬ କିଲୋ ହୋଇଯାଇଛନ୍ତି। ନିଜର ଖାଦ୍ୟପେୟରେ ପରିବର୍ତ୍ତନ କରି ଏପରି କିଛି ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରି ଦେଖାଇଛନ୍ତି ଭାରତୀ ।

ସମସ୍ତେ ଜାଣନ୍ତି ଭାରତୀ ଖାଇବାକୁ ବହୁତ ଭଲ ପାଆନ୍ତି। ହେଲେ ଏବେ ସେ ମଝିରେ ମଝିରେ ରାତି ୭ଟାରୁ ପରଦିନ ୧୨ଟା ଯାଏ ଖାଦ୍ୟ ଗ୍ରହଣ କରୁନାହାନ୍ତି। ଏପରି କରିବା ଦ୍ୱାରା ତାଙ୍କ ଓଜନ କମିଯାଇଛି। ସେ ନିଜକୁ ଫିଟ୍‌ ଏବଂ ସୁସ୍ଥ ଅନୁଭବ କରୁଛନ୍ତି। କମେଡିଆନ୍‌ଙ୍କ ପୂର୍ବରୁ ମଧୁମେହ ସହ ଆସ୍ଥମା ଭଳି ସ୍ବାସ୍ଥ୍ୟ ସମସ୍ୟା ରହିଥିଲା। ବର୍ତ୍ତମାନ ସମୟରେ ସବୁକିଛି ନିୟନ୍ତ୍ରଣରେ ରହିଛି।

ଭାରତୀ କୁହନ୍ତି, ୩୦-୩୨ ବର୍ଷ ଯାଏ ବହୁତ ଖାଇଛି। ଏହାପରେ ବର୍ଷେ ଧରି ନିଜ ଶରୀରକୁ ସମୟ ଦେଉଛି। ନିଜକୁ ପତଳା ଦେଖି ବହୁତ ଖୁସି ଲାଗୁଛି। ନିଜ ଉପରେ ଗର୍ବ ହେଉଛି ବୋଲି ଭାରତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri