୧୨ଦିନର ଶିଶୁକୁ ଘରେ ଛାଡ଼ି କାମକୁ ଫେରିଲେ ଭାରତୀ

ମୁମ୍ବାଇ: କମେଡି କୁଇନ ଭାରତୀ ସିଂହ ସବୁବେଳେ ଅନ୍ୟ ମହିଳାଙ୍କ ପାଇଁ ପ୍ରେରାଣାଦାୟୀ ରହିଆସିଛନ୍ତି। ଗର୍ଭବତୀ ଥିବା ବେଳେ ମଧ୍ୟ ସେ ପୌରାଣିକ କଥା ତଥା ପରମ୍ପରାଗତ ଧାରଣାକୁ ଭଙ୍ଗ କରିଥିଲେ। ନିଜ କାର୍ଯ୍ୟକୁ ଭାରତୀ ବହୁ ଭଲ ପାଆନ୍ତି। ଆଉ ଏହାସହ ସାଲିସ କରିବା ପାଇଁ ସେ ଚାହାନ୍ତି ନାହିଁ। ମାତୃତ୍ୱ ଲାଭ କରିବାର ମାତ୍ର ୧୨ ଦିନ ପରେ ଭାରତୀ ନିଜ କାମକୁ ଫେରିଛନ୍ତି। ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇପଡ଼ିଛନ୍ତି। ଶୁକ୍ରବାର ରିୟଲିଟି ଶୋ’ ହୁନରବାଜ ସେଟ୍‌ ବାହାରେ ଭାରତୀଙ୍କୁ ସ୍ପଟ କରାଯାଇଥିଲା। ଏହି ସମୟରେ ସେ ୧୨ଦିନର ଶିଶୁକୁ ଘରେ ଛାଡ଼ିଥିବାରୁ ଦୁଃଖିତ ହୋଇଯାଇଥିଲେ। ସେ କହିଛନ୍ତି, ଆଜି ବହୁତ କାନ୍ଦିଛି, ମାତ୍ର ୧୨ ଦିନର ଶିଶକୁୁ ଘରେ ଛାଡିକି ଆସଛି। ବହୁତ କଷ୍ଟ। କିନ୍ତୁ କାମକୁ ମଧ୍ୟ ଅବହେଳା କରିହେବ ନାହିଁ। କାମ ସହିତ ସାଲିସ କରିବା ଆଦୌ ଉଚିତ୍‌ ନୁହେଁ ବୋଲି କମେଡି କୁଇନ୍‌ ଭାରତୀ ସିଂହ କହିଛନ୍ତି। କାମକୁ ନେଇ ଥିବା ଭାରତୀଙ୍କ ନିଷ୍ଠାପଣ ଓ ଏକାଗ୍ରତା ଏଥିରୁ ସ୍ପଷ୍ଟ ବାରି ହୋଇପଡ଼ୁଛି। ତେବେ ଭାରତୀ ଗର୍ଭବତୀ ସମୟରେ ମଧ୍ୟ ନିଜ କାମ ଜାରି ରଖିଥିଲେ। କେବଳ ସେତିକି ନୁହେଁ ହସ୍ପିଟାଲରେ ଭର୍ତ୍ତି ହେବାର ଗୋଟିଏ ଦିନ ପୂର୍ବରୁ ମଧ୍ୟ ସେ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ…

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri