Posted inରାଜ୍ୟ

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଦଳର ଦୁଇ ବରିଷ୍ଠ ନେତା ଯାଇ ବିରୋଧୀ କ୍ୟାମ୍ପରେ ଯୋଗ ଦେବା ପରେ କଡ଼ା ଭାଷାରେ ସମାଲୋଚନା କରିଛି ବିଜୁ ଜନତା ଦଳ(ବିଜେଡି)।

ବିଜେଡି ଏମପି ମୁନ୍ନା ଖାଁ କହିଛନ୍ତି ”ଦୁଇଜଣଙ୍କର ନିଜସ୍ୱ କିଛି ନାହିଁ। ନବୀନଙ୍କ ନାଁ ଛାଡ଼ିଦେଲେ ୱାର୍ଡ ମେମ୍ବର ଟିଏ ଜିତିବାର ମଧ୍ୟ ସେମାନଙ୍କର କ୍ଷମତା ନାହିଁ। ସେ ଏହା ମଧ୍ୟ କହିଛନ୍ତି ଯେ, ଜଣେ ୨୬ ବର୍ଷ ଏମପି ଥିଲା ବେଳେ ଅନ୍ୟ ଜଣେ ୧୦ ବର୍ଷ ଏମପି ଥିଲେ। ବିଜେଡିର ଦୟାରୁ ଏବଂ ନବୀନ ବାବୁଙ୍କର ଦୟାରୁ ସେମାନଙ୍କୁ ସେମାନେ ନିର୍ବାଚିତ ହୋଇଥିଲେ। ଦୁଇଜଣଙ୍କୁ ସେ ବିଗ୍ ଜିରୋ କହିବା ସହିତ ଆଗାମୀ ଦିନରେ ଯଦି ଭାଜପା ସେମାନଙ୍କୁ କେଉଁଠି ପ୍ରାର୍ଥୀ କରିବ ତାହାର ଫଳ ସେମାନେ ଜାଣିପାରିବେ।୧୦ ବର୍ଷର କାର୍ଯ୍ୟକାଳରେ ସିଦ୍ଧାନ୍ତ କେବେହେଲେ ଓଡ଼ିଶାର କଥା ସଂସଦରେ ଉଠାଇ ନାହାନ୍ତି। ଦଳ ତାଙ୍କ ଉପରେ ଦୟା କରି ଦ୍ୱିତୀୟ ଥର ଟିକେଟ ଦେଇଥିଲା।”


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri