Posted inଜାତୀୟ

ଭର୍ତ୍ତୃହରିଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ,୨୬ା୯:ବିଭିନ୍ନ ବିଭାଗ ସମ୍ପର୍କିତ ପାର୍ଲାମେଣ୍ଟର ଷ୍ଟାଣ୍ଡିଂ କମିଟି ଗୁରୁବାର ଗଠନ କରାଯାଇଛି। ଏଥିରେ ପ୍ରାୟ ସବୁ ଦଳକୁ ପ୍ରତିନିଧିତ୍ୱ ମିଳିଛି। ଭାଜପା ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ଗୁରୁତ୍ୱପୂର୍ଣ୍ଣ ଅର୍ଥ କମିଟିର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଥିବାବେଳେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରତିରକ୍ଷା ସମ୍ପର୍କିତ ଷ୍ଟାଣ୍ଡିଂ କମିଟି ସଦସ୍ୟ କରାଯାଇଛି। ସେହିପରି କଂଗ୍ରେସର ଶଶୀ ଥରୁର ବହିର୍ବ୍ୟପାର କମିଟିର ଅଧ୍ୟକ୍ଷତା କରିବେ ବୋଲି ରାଜ୍ୟ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି।
ସୂଚନାନୁସାରେ ପ୍ରତିରକ୍ଷା ସମ୍ପର୍କିତ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷତା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଧାମୋହନ ସିଂ କରିବାକୁ ଥିବାବେଳେ ଭାଜପାର ରାଧାମୋହନ ଦାସ ଅଗ୍ରଓ୍ବାଲ ସ୍ବରାଷ୍ଟ୍ର ବ୍ୟାପାର ପ୍ୟାନେଲର ମୁଖ୍ୟ ଦାୟିତ୍ୱ ତୁଲାଇବେ। ଭାଜପାର ଗୁରୁତ୍ୱପୂର୍ଣ୍ଣ ସହଯୋଗୀ ଟିଡିପି ଏବଂ ଜେଡିୟୁ ସମେତ ବିଧାନସଭା ନିର୍ବାଚନ ମୁହଁା ମହାରାଷ୍ଟ୍ରର ଶିବସେନା ଓ ଏନ୍‌ସିପିକୁ ଗୋଟିଏ ଲେଖାଏ ଷ୍ଟାଣ୍ଡିଂ କମିଟିରେ ଅଧ୍ୟକ୍ଷତା ସୁଯୋଗ ମିଳିଛି। ଲୋକ ସଭାରେ ଏନ୍‌ସିପିର ଏକମାତ୍ର ନେତା ସୁନିଲ ଟଟ୍‌କାରେ ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ବାଷ୍ପ ପ୍ୟାନେଲରେ ଅଧ୍ୟକ୍ଷତା କରିବେ। ଶିବସେନାର ଶ୍ରୀରଙ୍ଗ ଆପ୍ପା ବର୍ଣ୍ଣେ ଶକ୍ତି କମିଟିର ମୁଖ୍ୟ ରହିବେ। ଜେଡିୟୁର ସଞ୍ଜୟ ଝାଙ୍କୁ ପରିବହନ, ପର୍ଯ୍ୟଟନ ଓ ସଂସ୍କୃତି କମିଟିର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ସେହିପରି ଟିଡିପି ଏମ୍‌ପି ମଗୁନ୍ତା ଶ୍ରୀନିବାସଲୁ ରେଡ୍ଡୀ ଗୃହନିର୍ମାଣ ଓ ସହରାଞ୍ଚଳ ବ୍ୟାପାର କମିଟିରେ ଅଧ୍ୟକ୍ଷତା କରିବେ। କଂଗ୍ରେସ ସଦସ୍ୟ ଚରଣଜିତ୍‌ ସିଂ ଚନ୍ନି ଏବଂ ସପ୍ତଗିରି ଉଲ୍ଲାକାଙ୍କୁ ଯଥାକ୍ରମେ କୃଷି, ପ୍ରାଣୀ ସମ୍ପଦ ଓ ଖାଦ୍ୟ ପ୍ରକ୍ରିୟାକରଣ ଏବଂ ଗ୍ରାମାଞ୍ଚଳ ବିକାଶ ଓ ପଞ୍ଚାୟତିରାଜ ସମ୍ପର୍କିତ ପାର୍ଲାମେଣ୍ଟାରି ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ କରାଯାଇଛି। ଡିଏମ୍‌କେର ତିରୁଚି ଶିବା ଶିଳ୍ପ ଏବଂ କେ. କାନିମୋଝି ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ସମ୍ପର୍କିତ କମିଟିର ମୁଖ୍ୟ ରହିବେ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ରାଜୀବ ପ୍ରତାପ ରୁଡ଼ିଙ୍କୁ ଯଥାକ୍ରମେ କୋଇଲା, ଖଣି ଓ ଶିଳ୍ପ; ଏବଂ ଜଳସମ୍ପଦ କମିଟି ମୁଖ୍ୟ କରାଯାଇଛି। ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତି, ପରିବେଶ ଓ ଜଳବାୟୁ ପରିବର୍ତ୍ତନ କମିଟିରେ ସାମିଲ କରାଯାଇଛି। ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସିଙ୍କୁ ବହିର୍ବ୍ୟାପାର ସମ୍ପର୍କିତ ଷ୍ଟାଣ୍ଡିଂ କମିଟିରେ ସଦସ୍ୟତା ମିଳିଛି।
କଂଗ୍ରେସ ନେତା ରାହୁଲଙ୍କୁ ପ୍ରତିରକ୍ଷା କମିଟିର ସଦସ୍ୟ ରଖାଯାଇଥିବାବେଳେ ସଂସଦୀୟ ଦଳ ନେତ୍ରୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ କୌଣସି ପ୍ୟାନେଲରେ ସ୍ଥାନ ମିଳି ନାହିଁ। ପ୍ରତ୍ୟେକ ସାଧାରଣ ନିର୍ବାଚନ ପରେ ପୁନଗର୍ଠିତ ହେଉଥିବା ଉକ୍ତ କମିଟି ମିନି ପାର୍ଲାମେଣ୍ଟ ଭାବେ କାର୍ଯ୍ୟ କରିବା ସହ ବିଭିନ୍ନ ମନ୍ତ୍ରଣାଳୟର କାର୍ଯ୍ୟକାରିତା ଉପରେ ନଜର ରଖିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri