CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି ଭର୍ତ୍ତୃହରି ମହତାବ। ଦିଲ୍ଲୀରେ ଦଳୀୟ ଏମ୍‌ପିଙ୍କ ଉପସ୍ଥିତିରେ କଡ଼ା ଭାଷାରେ ନିନ୍ଦା କରିଛନ୍ତି। ସିଜେପିକୁ ନବୀନଙ୍କ ସମର୍ଥନ ହୀନ ମନୋବୃତ୍ତିର ପରିଚୟ ବୋଲି କହିଛନ୍ତି ଭର୍ତ୍ତୃହରି। ସେ କହିଛନ୍ତି, ନବୀନଙ୍କ କାଲିର ମନ୍ତବ୍ୟ ନିନ୍ଦନୀୟ ଓ ଆଦୌ ଗ୍ରହଣୀୟ ନୁହେ। ନବୀନଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ଓଡ଼ିଶାରେ ଅନେକ ପରୀକ୍ଷା ବିଭ୍ରାଟ ହୋଇଛି। ଓଡ଼ିଶା ହାଇକୋର୍ଟ ମଧ୍ୟ ଏହି ଘଟଣାକୁ ନେଇ ଉଦ୍‌ବେଗ ଜଣାଇଥିବା ଅନେକ ନଜିର ରହିଛି।

ସୂଚନା ଥାଉକି, ନବୀନ ପଟ୍ଟନାୟକ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ଦିଲ୍ଲୀର ଯନ୍ତରମନ୍ତରଠାରେ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି, ଛାତ୍ରୀଛାତ୍ର ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ପାଇଁ ଦାବି କରୁଥିବାବେଳେ ସେମାନଙ୍କୁ ଯେଭଳି ଭାବେ ପୋଲିସ ଦ୍ୱାରା ମାଡ଼ ମରାଯାଇ ଲହୁଲୁହାଣ କରାଗଲା ତାହା ଅତ୍ୟନ୍ତ ସାଂଘାତିକ। ପୋଲିସ ଆକ୍ରମଣରେ ବହୁ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ଏହି ଘଟଣା ଏବେ ଦିଲ୍ଲୀରେ ସୀମିତ ହୋଇ ରହିନାହିଁ। ଏହା ଦେଶସାରା ବ୍ୟାପିଲାଣି। ଏଥିପାଇଁ କେନ୍ଦ୍ର ସରକାର ଜବାବ ଦେବାର ଆବଶ୍ୟକତା ରହିଛି। ବିଜେଡି ପକ୍ଷରୁ ଏନେଇ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଜେଡି ରାଜ୍ୟ ସଭା ସଦସ୍ୟମାନେ ଆହତ ଛାତ୍ରୀଛାତ୍ରଙ୍କୁ ଭେଟିଛନ୍ତି।  ନୈତିକ ଦୃଷ୍ଟିରୁ ଧର୍ମେନ୍ଦ୍ର ଇସ୍ତଫା ଦେବା ଉଚିତ୍‌ ବୋଲି ନବୀନ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri