Posted inଜାତୀୟ

ଭର୍ତ୍ତୃହରିଙ୍କୁ ମିଳିବ ସଂସଦରତ୍ନ ପୁରସ୍କାର

ଚେନ୍ନାଇ, ୨୫ା୬: ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ସମେତ ପାର୍ଲାମେଣ୍ଟର ୧୦ ସଦସ୍ୟଙ୍କୁ ୨୦୨୦ର ସଂସଦରତ୍ନ ପୁରସ୍କାର ଦିଆଯିବ। ସପ୍ତଦଶ ଲୋକ ସଭାର ପ୍ରଥମ ବର୍ଷରେ ସେମାନଙ୍କ ବିଭିନ୍ନ କାର୍ଯ୍ୟଦକ୍ଷତାକୁ ଭିତ୍ତିକରି ଏଭଳି ସମ୍ମାନ ପ୍ରଦାନ କରାଯାଉଥିବା ପ୍ରାଇମ୍‌ ପଏଣ୍ଟ ଫାଉଣ୍ଡେଶନ ପକ୍ଷରୁ ବୁଧବାର ପ୍ରକାଶ କରାଯାଇଛି। ଏହି ପୁରସ୍କାର ଲୋକ ସଭାର ୮ ଓ ରାଜ୍ୟ ସଭାର ୨ ସଦସ୍ୟଙ୍କୁ ମନୋନୀତ କରାଯାଇଛି। ପୂର୍ବତନ ରାଷ୍ଟ୍ରପତି ଡଃ. ଏ.ପି.ଜେ. ଅବଦୁଲ କଲାମ୍‌ଙ୍କ ପରାମର୍ଶକ୍ରମେ ପ୍ରାଇମ୍‌ ପଏଣ୍ଟ୍‌ ଫାଉଣ୍ଡେଶନ ପକ୍ଷରୁ ୨୦୧୦ରୁ ସଂସଦରେ ସର୍ବୋତ୍କୃଷ୍ଟ କାର୍ଯ୍ୟଦକ୍ଷତା ଦେଖାଇଥିବା ସଦସ୍ୟଙ୍କୁ ପୁରସ୍କୃତ କରାଯାଇଆସୁଛି। ଏହାର ପ୍ରଥମ ସଂସ୍କରଣ ଡଃ କଲାମ୍‌ଙ୍କ ଦ୍ୱାରା ୨୦୧୦ ମେ’ରେ କରାଯାଇଥିଲା।
ଏହି ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିବା ଅନ୍ୟ ଲୋକ ସଭା ସଦସ୍ୟମାନେ ହେଲେ ପି. ସି. ଗଡିଗୌଦର, ସୁପ୍ରିୟା ସୁଲେ, ସୁଭାଷ ରାମରାଓ ଭାମ୍ରେ, ଅମୋଲ ରାମସିଂ କୋହ୍ଲେ, ଶଶୀ ଥରୁର୍‌, ନିଶିକାନ୍ତ ଦୁବେ, ଅଜୟ ମିଶ୍ର ଓ ରାମ୍‌ ମୋହନ ନାଇଡ଼ୁ।
ସେହିଭଳି ରାଜ୍ୟ ସଭାରୁ ସମାଜବାଦୀ ପାର୍ଟି ସାଂସଦ ବିଶ୍ୱମ୍ବର ପ୍ରସାଦ ନିଶାଦ ଓ କଂଗ୍ରେସ ସାଂସଦ ଛାୟା ବର୍ମା ଏଥିଲାଗି ମନୋନୀତ ହୋଇଛନ୍ତି। ଚଳିତବର୍ଷ ପ୍ରଥମ ଥର ଲାଗି ରାଜ୍ୟ ସଭା ସଦସ୍ୟଙ୍କୁ ସ୍ଥାନ ମିଳିଛି। ଷୋଡ଼ଶ ଲୋକ ସଭାରେ ଉତ୍କୃଷ୍ଟ କାର୍ଯ୍ୟଦକ୍ଷତା ଦେଖାଇଥିବା ବିଜେଡିର କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ସମେତ କେତେଜଣ ସାଂସଦଙ୍କୁ ସମ୍ମାନିତ କରାଯିବ। ପ୍ରକାଶଥାଉ କି, ପ୍ରତି ୫ ବର୍ଷରେ ଥରେ ଏହି ସମ୍ମାନ ପ୍ରଦାନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri