ଭସାଣ ଉତ୍ସବ ମନା, କେବଳ ବିସର୍ଜନ

କଟକ ଅଫିସ,୨୯ା୮: କରୋନା କଟକଣା ଭିତରେ ଛନ୍ଦି ହୋଇପଡ଼ିଛି ପାର୍ବଣର ସହର କଟକ ଦଶହରା। ପ୍ରଥମଥର ପାଇଁ ରୌପ୍ୟନଗରୀର ପୂଜା ମଣ୍ଡପରେ ଚାନ୍ଦିମେଢ଼ ଦେଖିବାକୁ ମିଳିବ ନାହିଁ କି ମା’ଙ୍କ ମଥାରେ ସୁନା ମୁକୁଟ ଝଲସିବ ନାହିଁ। ବିନା ଆଡ଼ମ୍ବରରେ ମା’ଙ୍କ ପୂଜା ହେବ। ଭସାଣ ଯାତ୍ରା ହେବନାହିଁ। କେବଳ ବିସର୍ଜନରେ ସରିବ ଦଶହରା। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଡିସିପିଙ୍କ କାର୍ଯ୍ୟାଳୟରେ ଏ ନେଇ ଏକ ବୈଠକ ବସିଥିଲା। ଦଶହରା, କାଳିପୂଜା ଓ କାର୍ତ୍ତିକେଶ୍ୱର ପୂଜା ପାଇଁ ଏଥିରେ ଆଲୋଚନା ବେଳେ ଏଭଳି ନିଷ୍ପତ୍ତି ନିଆଯାଇଛି।
ଅନେକ ଦ୍ୱନ୍ଦ୍ୱ ଓ ଆଶଙ୍କା ଭିତରେ ଯଦିଓ କଟକ ଦଶହରା ଆୟୋଜନ ହେବ ବୋଲି ସ୍ପଷ୍ଟ ହୋଇଛି। କିନ୍ତୁ ପୂର୍ବର ସେ ପାର୍ବଣ ଚମକ ଏଥର ରହିବ ନାହିଁ। କୋଭିଡ୍‌ ଗାଇଡ୍‌ଲାଇନ ପାଳନ କରି ଚଳିତବର୍ଷ ଦଶହରା ସମ୍ପନ୍ନ ହେବ। ଶୁକ୍ରବାର ବୈଠକରେ କଟକ ମହାନଗର ଶାନ୍ତି କମିଟି ଓ ପୂର୍ବାଞ୍ଚଳ ଶାନ୍ତି କମିଟିର କର୍ମକର୍ତ୍ତା ଉପସ୍ଥିତ ରହି କେତେକ ପ୍ରସ୍ତାବ ଆଗତ କରିଥିଲେ। ପୂଜା ମଣ୍ଡପଗୁଡ଼ିକୁ କପଡ଼ା ବାନ୍ଧି ଆବଦ୍ଧ କରାଯିବ। ମୂର୍ତ୍ତି ନିର୍ମାଣ ହେବ। ମୂର୍ତ୍ତିର ଉଚ୍ଚତା କେତେ ରହିବ, ସେ ନେଇ ପରବର୍ତ୍ତୀ ବୈଠକରେ ଆଲୋଚନା କରାଯିବ। ମାଟିଉଠା ସରିଥିବାରୁ କେବଳ ମୂର୍ତ୍ତି ନିର୍ମାଣ କାର୍ଯ୍ୟକୁ ଏବେ ଅପେକ୍ଷା ରହିଛି। ସ୍ଥିତି ଏପରି ହୋଇଛି ଯେ ଏପରିକି ଘଟ କିମ୍ବା ଫଟୋ ରଖି ଦଶହରା ପୂଜା ଶେଷ କରିବାକୁ କଟକର ବିଭିନ୍ନ ପୂଜା କମିଟି ପ୍ରସ୍ତୁତ ହୋଇଛନ୍ତି। ପୂଜା ମଣ୍ଡପଗୁଡ଼ିକରେ ୫/୭ ଜଣ ଲୋକ ରହିବେ। ଅଷ୍ଟମୀ ପୂଜା ଦିନ ମଣ୍ଡପରେ ମହିଳାଙ୍କ ବିଶେଷ ଭିଡ଼ ଜମେ। କିନ୍ତୁ ଚଳିତବର୍ଷ ଅଷ୍ଟମୀ ଦିନ କୌଣସି ମହିଳା କିମ୍ବା ବ୍ୟକ୍ତିବିଶେଷଙ୍କୁ ମଣ୍ଡପକୁ ପ୍ରବେଶ କରିବାକୁ ଦିଆଯିବ ନାହିଁ। ପୂଜା ସାମଗ୍ରୀ ମଧ୍ୟ ଗ୍ରହଣ କରାଯିବ ନାହିଁ। ପୂଜା କମିଟି ଅଧୀନରେ ରହୁଥିବା ବାସିନ୍ଦାଙ୍କ ପାଖରେ କିପରି ଅଷ୍ଟମୀ ଭୋଗ ପହଞ୍ଚତ୍ବ, ତାହା କମିଟି କର୍ମକର୍ତ୍ତା ବୁଝିବାକୁ ବୈଠକରେ କୁହାଯାଇଛି। ଏହି ବୈଠକରେ ଡିସିପି ପ୍ରତୀକ ସିଂ, କଟକ ମହାନଗର ଶାନ୍ତି କମିଟି ସମ୍ପାଦକ ଭିକାରୀ ଦାସ, କଟକ ମହାନଗର ପୂଜା କମିଟି ସଭାପତି ପ୍ରଭାତ ତ୍ରିପାଠୀ ଓ ଅନ୍ୟ କିଛି ପୂଜା କମିଟିର କର୍ମକର୍ତ୍ତା ଉପସ୍ଥିତ ଥିଲେ। ସୋମବାର କଟକର ରାଜନୈତିକ ନେତୃବୃନ୍ଦ ଓ ପ୍ରମୁଖ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ପୁର୍ନବାର ଏକ ବୈଠକ ବସିବ। ସେଥିରେ କଟକ ଦଶହରା ସମ୍ପର୍କିତ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri