ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ ନିର୍ଦ୍ଦୋଷ ସାବ୍ୟସ୍ତ

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିରେ ଗତ ୨୦୧୮ ମସିହାରେ ସଂଘଟିତ ଏକ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ବର୍ତ୍ତମାନର ଭଟଲି ବିଧାୟକ ଇରାସିସ୍‌ ଆଚର୍ଯ୍ୟଙ୍କ ସମେତ ଅନ୍ୟ ୩ଜଣ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଗତ ୨୦୧୮ ମସିହାରେ ଭଟଲିରେ ଏକ ଗୁଳିକାଣ୍ଡ ହୋଇଥିଲା। ଏଥିରେ ବୁଲୁ ସତନାମୀ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଏଥିରେ ପୋଲିସ ଇରାସିସ୍‌ଙ୍କ ସମେତ ପ୍ରମୋଦ ପୋଢ଼, ବବଲୁ ନାଗ ଏବଂ ବଣ୍ଟି ଓରଫ୍‌ ଆୟୁଷ୍ମାନଙ୍କୁ ଗିରଫ କରିଥିଲା। ଏହି ମାମଲାରେ ଇରାସିସ୍‌ ଦୀର୍ଘମାସ ଧରି ଜେଲରେ ଥିଲେ। ପରେ ସେ ଜାମିନରେ ଆସିଥିଲେ। ତେବେ ଉକ୍ତ ମାମଲାର ବିଚାର କରି ବରଗଡ଼ ଅତିରିକ୍ତ ଜିଲା ଓ ଦୌରାଜଜ ଏହାର ଶୁଣାଣି କରି ସାକ୍ଷ୍ୟ ପ୍ରମାଣ ଅଭାବରୁ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଇରାସିସ୍‌, ପ୍ରମୋଦ ପୋଢ଼ଙ୍କ ତରଫରୁ ଆଡ଼ଭୋକେଟ୍‌ ଶରତ ପ୍ରଧାନ, ସରୋଜ ଜେନା, କିଶୋର ଦଫାଦାର, ବବଲୁଙ୍କ ତରଫରୁ ଆଡ଼ଭୋକେଟ୍‌ ପ୍ରଦୀପ ମହାପାତ୍ର ଏବଂ ବଣ୍ଟିଙ୍କ ତରଫରୁ ଆଡ଼ଭୋକେଟ୍‌ ଲିପସିତ୍‌ ମିଶ୍ର ମାମଲା ପରିଚାଳନା କରୁଥିଲେ। ଏଠାରେ ଉଲ୍ଲେଖଥାଉକି, ହତ୍ୟାଘଟଣା ସମୟରେ ଇରାସିସ୍‌ ଭଟଲି ବିଧାୟକ ନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri