ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ ନିର୍ଦ୍ଦୋଷ ସାବ୍ୟସ୍ତ

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିରେ ଗତ ୨୦୧୮ ମସିହାରେ ସଂଘଟିତ ଏକ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ବର୍ତ୍ତମାନର ଭଟଲି ବିଧାୟକ ଇରାସିସ୍‌ ଆଚର୍ଯ୍ୟଙ୍କ ସମେତ ଅନ୍ୟ ୩ଜଣ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଗତ ୨୦୧୮ ମସିହାରେ ଭଟଲିରେ ଏକ ଗୁଳିକାଣ୍ଡ ହୋଇଥିଲା। ଏଥିରେ ବୁଲୁ ସତନାମୀ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଏଥିରେ ପୋଲିସ ଇରାସିସ୍‌ଙ୍କ ସମେତ ପ୍ରମୋଦ ପୋଢ଼, ବବଲୁ ନାଗ ଏବଂ ବଣ୍ଟି ଓରଫ୍‌ ଆୟୁଷ୍ମାନଙ୍କୁ ଗିରଫ କରିଥିଲା। ଏହି ମାମଲାରେ ଇରାସିସ୍‌ ଦୀର୍ଘମାସ ଧରି ଜେଲରେ ଥିଲେ। ପରେ ସେ ଜାମିନରେ ଆସିଥିଲେ। ତେବେ ଉକ୍ତ ମାମଲାର ବିଚାର କରି ବରଗଡ଼ ଅତିରିକ୍ତ ଜିଲା ଓ ଦୌରାଜଜ ଏହାର ଶୁଣାଣି କରି ସାକ୍ଷ୍ୟ ପ୍ରମାଣ ଅଭାବରୁ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଇରାସିସ୍‌, ପ୍ରମୋଦ ପୋଢ଼ଙ୍କ ତରଫରୁ ଆଡ଼ଭୋକେଟ୍‌ ଶରତ ପ୍ରଧାନ, ସରୋଜ ଜେନା, କିଶୋର ଦଫାଦାର, ବବଲୁଙ୍କ ତରଫରୁ ଆଡ଼ଭୋକେଟ୍‌ ପ୍ରଦୀପ ମହାପାତ୍ର ଏବଂ ବଣ୍ଟିଙ୍କ ତରଫରୁ ଆଡ଼ଭୋକେଟ୍‌ ଲିପସିତ୍‌ ମିଶ୍ର ମାମଲା ପରିଚାଳନା କରୁଥିଲେ। ଏଠାରେ ଉଲ୍ଲେଖଥାଉକି, ହତ୍ୟାଘଟଣା ସମୟରେ ଇରାସିସ୍‌ ଭଟଲି ବିଧାୟକ ନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ୫,୫୦୦ ଦାବି କରି ଦ୍ବିତୀୟ କିସ୍ତିରେ ୨ ହଜାର ନେଉଥିଲେ...

ନୂଆବର୍ଷ ସରିବାକୁ ବସିଲାଣି, ହେଲେ ଦାରିଙ୍ଗବାଡ଼ିରେ କମୁନି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): ନୂଆବର୍ଷ ଏବେ ସରିବାକୁ ବସିଲାଣି କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତର ମଜା ନେବା ପାଇଁ ଜିଲା ତଥା ଜିଲା ବାହାରୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍‌…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

ଗାଡ଼ିମୋଟର ଯାଞ୍ଚ: କଟିଲା ୩୨ ଚାଲାଣ, ୨ ଲକ୍ଷ ୬୦ ହଜାର ଟଙ୍କା ଜରିମାନା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଆଞ୍ଚଳିକ ପରିବହନ ବିଭାଗ ଓ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ମିଳିତ ଭାବେ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ...

ବିଭିନ୍ନ ଦାବି ନେଇ ଗର୍ଜିଲା ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୨।୧(ସନ୍ତୋଷ ପାଢ଼ୀ): ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ଗୁଡିକର ସମାଧାନ ଓ କାର୍ଯ୍ୟାନୁଷ୍ଠାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri