ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ପାଇବେ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର’

ଭୁବନେଶ୍ୱର,୨୮ା୯:  ବିଜ୍ଞାନ କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର-୨୦୨୦’ ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ମନୋନୀତ ହୋଇଛନ୍ତି। କାଉନ୍‌ସିଲ ଫର୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌) ତା’ର ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏହି ପୁରସ୍କାର ପାଇଁ ଦେଶର ୧୨ଜଣ ବୈଜ୍ଞାନିକଙ୍କ ନାମ ଘୋଷଣା କରିଛି। ଏମାନଙ୍କ ମଧ୍ୟରେ ଜ୍ୟୋତିର୍ମୟୀ ରହିଛନ୍ତି। ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ମହିଳା ବୈଜ୍ଞାନିକ। ରସାୟନ ବିଜ୍ଞାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜ୍ୟୋତିର୍ମୟୀଙ୍କୁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପ୍ରଦାନ କରାଯିବ। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜ୍ୟୋତିର୍ମୟୀଙ୍କ ସମେତ ମନୋନୀତ ୧୨ଜଣ ବୈଜ୍ଞାନିକଙ୍କୁ ପୁରସ୍କାର ପ୍ରଦାନ କରିବେ।
ଜଗତ୍‌ସିଂହପୁର ଜିଲା ମାନପୁରର ଯୋଗେନ୍ଦ୍ର ନାଥ ୟୁପି ସ୍କୁଲ ଓ ତରିକୁଦ ହାଇସ୍କୁଲରେ ସ୍କୁଲ ଶିକ୍ଷା ସାରିବା ପରେ ସ୍ବାମୀ ବିବେକାନନ୍ଦ କଲେଜରେ ଯୁକ୍ତ୨ ଶିକ୍ଷା ଶେଷ କରିଥିଲେ। ଏହାପରେ କଟକ ରେଭେନ୍‌ଶା କଲେଜରେ ବିଏସ୍‌ସି ଓ ଏମ୍‌ଏସ୍‌ସିରେ ପ୍ରଥମ ଣ୍ରେଣୀରେ ଉତ୍ତୀର୍ଣ୍ଣ ହୋଇ ଆଇଆଇଟି କାନପୁରରେ ସିନ୍ଥେଟିକ ଅର୍ଗାନିକ କେମେଷ୍ଟ୍ରିରେ ପିଏଚ୍‌ଡି କରିଥିଲେ। ବିଶ୍ବର ବିଭିନ୍ନ ପ୍ରତିଷ୍ଠିତ ବିଶ୍ବବିଦ୍ୟାଳୟରେ ସେ ଫେଲୋଶିପ୍‌ ପାଇ ଗବେଷଣାରେ ନିଜକୁ ସାମିଲ କରିଥିଲେ। ଇଏସ୍‌ପିସିଆଇ-ପ୍ୟାରିସ ଫ୍ରାନ୍ସରେ ସେ ତାଙ୍କର ପୋଷ୍ଟ ଡକ୍ଟରଲାଲ ଗବେଷଣା ଶେଷ କରିଥିଲେ। ୨୦୦୯ରେ କୋଲକାତା ଆଇଜରରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ ନିଯୁକ୍ତି ପାଇ ୪ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୨୦୧୨ରେ କୋଲକାତାସ୍ଥିତ ଇଣ୍ଡିଆନ ଆସୋସିଏଶନ୍‌ ଫର୍‌ ଦି କଲ୍‌ଟିଭେଶନ ଅଫ୍‌ ସାଇନ୍ସ (ଆଇଏସିଏସ୍‌)ରେ ଆସିଷ୍ଟାଣ୍ଟ ପ୍ରଫେସର ରୂପେ ଯୋଗଦେଇଥିବା ଜ୍ୟୋତିର୍ମୟୀ ଏବେ ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି। ଏହି ସମ୍ମାନଜନକ ପୁରସ୍କାର ଆଗକୁ ବିଜ୍ଞାନ ଗବେଷଣା ପ୍ରତି ଆହୁରି ପ୍ରେରଣା ଯୋଗାଇବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଜ୍ୟୋତିର୍ମୟୀଙ୍କ ବାପା ବସନ୍ତ କୁମାର ଦାଶ ଓ ମାତା ପୁଷ୍ପା କୁମାରୀ ମିଶ୍ର ଉଭୟ ଶିକ୍ଷକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri