ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ପାଇବେ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର’

ଭୁବନେଶ୍ୱର,୨୮ା୯:  ବିଜ୍ଞାନ କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର-୨୦୨୦’ ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ମନୋନୀତ ହୋଇଛନ୍ତି। କାଉନ୍‌ସିଲ ଫର୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌) ତା’ର ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏହି ପୁରସ୍କାର ପାଇଁ ଦେଶର ୧୨ଜଣ ବୈଜ୍ଞାନିକଙ୍କ ନାମ ଘୋଷଣା କରିଛି। ଏମାନଙ୍କ ମଧ୍ୟରେ ଜ୍ୟୋତିର୍ମୟୀ ରହିଛନ୍ତି। ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ମହିଳା ବୈଜ୍ଞାନିକ। ରସାୟନ ବିଜ୍ଞାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜ୍ୟୋତିର୍ମୟୀଙ୍କୁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପ୍ରଦାନ କରାଯିବ। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜ୍ୟୋତିର୍ମୟୀଙ୍କ ସମେତ ମନୋନୀତ ୧୨ଜଣ ବୈଜ୍ଞାନିକଙ୍କୁ ପୁରସ୍କାର ପ୍ରଦାନ କରିବେ।
ଜଗତ୍‌ସିଂହପୁର ଜିଲା ମାନପୁରର ଯୋଗେନ୍ଦ୍ର ନାଥ ୟୁପି ସ୍କୁଲ ଓ ତରିକୁଦ ହାଇସ୍କୁଲରେ ସ୍କୁଲ ଶିକ୍ଷା ସାରିବା ପରେ ସ୍ବାମୀ ବିବେକାନନ୍ଦ କଲେଜରେ ଯୁକ୍ତ୨ ଶିକ୍ଷା ଶେଷ କରିଥିଲେ। ଏହାପରେ କଟକ ରେଭେନ୍‌ଶା କଲେଜରେ ବିଏସ୍‌ସି ଓ ଏମ୍‌ଏସ୍‌ସିରେ ପ୍ରଥମ ଣ୍ରେଣୀରେ ଉତ୍ତୀର୍ଣ୍ଣ ହୋଇ ଆଇଆଇଟି କାନପୁରରେ ସିନ୍ଥେଟିକ ଅର୍ଗାନିକ କେମେଷ୍ଟ୍ରିରେ ପିଏଚ୍‌ଡି କରିଥିଲେ। ବିଶ୍ବର ବିଭିନ୍ନ ପ୍ରତିଷ୍ଠିତ ବିଶ୍ବବିଦ୍ୟାଳୟରେ ସେ ଫେଲୋଶିପ୍‌ ପାଇ ଗବେଷଣାରେ ନିଜକୁ ସାମିଲ କରିଥିଲେ। ଇଏସ୍‌ପିସିଆଇ-ପ୍ୟାରିସ ଫ୍ରାନ୍ସରେ ସେ ତାଙ୍କର ପୋଷ୍ଟ ଡକ୍ଟରଲାଲ ଗବେଷଣା ଶେଷ କରିଥିଲେ। ୨୦୦୯ରେ କୋଲକାତା ଆଇଜରରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ ନିଯୁକ୍ତି ପାଇ ୪ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୨୦୧୨ରେ କୋଲକାତାସ୍ଥିତ ଇଣ୍ଡିଆନ ଆସୋସିଏଶନ୍‌ ଫର୍‌ ଦି କଲ୍‌ଟିଭେଶନ ଅଫ୍‌ ସାଇନ୍ସ (ଆଇଏସିଏସ୍‌)ରେ ଆସିଷ୍ଟାଣ୍ଟ ପ୍ରଫେସର ରୂପେ ଯୋଗଦେଇଥିବା ଜ୍ୟୋତିର୍ମୟୀ ଏବେ ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି। ଏହି ସମ୍ମାନଜନକ ପୁରସ୍କାର ଆଗକୁ ବିଜ୍ଞାନ ଗବେଷଣା ପ୍ରତି ଆହୁରି ପ୍ରେରଣା ଯୋଗାଇବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଜ୍ୟୋତିର୍ମୟୀଙ୍କ ବାପା ବସନ୍ତ କୁମାର ଦାଶ ଓ ମାତା ପୁଷ୍ପା କୁମାରୀ ମିଶ୍ର ଉଭୟ ଶିକ୍ଷକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri