ଦିଗପହଣ୍ଡି ପାଇଁ ଏମ.ପି ପ୍ରତିନିଧି ହେଲେ ଭବାନୀ

ଦିଗପହଣ୍ଡି,୧୯।୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଭାଜପା ଯୁବନେତା ଭବାନୀ ଶଙ୍କର ପଣ୍ଡାଙ୍କୁ ଦିଗପହଣ୍ଡି ଏନଏସି ପାଇଁ ବ୍ରହ୍ମପୁର ଏମପିଙ୍କ ପ୍ରତିନିଧି ଭାବେ ନିଯୁକ୍ତ କରାଯାଇଛି। ବ୍ରହ୍ମପୁର ଏମପି ଡ଼ା.ପ୍ରଦୀପ କୁମାର ପାଣିଗ୍ରାହୀ ଏ ସମ୍ପର୍କରେ ଏକ ପତ୍ର ଲେଖି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କୁ ଅବଗତ କରାଇଛନ୍ତି। ଭାଜପାର ଦିଗପହଣ୍ଡି ନଗର ସଭାପତି ଭାବେ ୩ ଥର ଦାୟିତ୍ୱରେ ରହିବା ପରେ ବର୍ତ୍ତମାନ ସେ ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଭାବେ କାର୍ଯ୍ୟ କରୁଛନ୍ତି। ଭବାନୀ ଦୀର୍ଘଦିନ ଧରି ସକ୍ରିୟ ରାଜନୀତିିରେ ରହି ଆସିବାସହ ଜଣେ ଯୁବ ସଙ୍ଗଠକ ଭାବେ ବେଶ ଜଣାଶୁଣା । ଦିଗପହଣ୍ଡି ଏନଏସି ପ୍ରତିନିଧି ଭାବେ ମନୋନୀତ ହୋଇଥିବା ଭବାନୀ ବ୍ରହ୍ମପୁର ଏମପି ଦିଗପହଣ୍ଡି ବିଧାୟକ ଡ଼ା.ସିଦ୍ଧାନ୍ତ ମହାପାତ୍ର, ଭାଜପା ଜିଲା ସଭାପତି ସରୋଜ ସାବତ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ,ଭାଜପା ରାଜ୍ୟ ପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥଙ୍କ ସମେତ ଭାଜପା ଜିଲା କାର୍ଯ୍ୟକର୍ତ୍ତା ମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri