Posted inଖେଳ

ପଦକ ଜିତିବାରେ ଭବାନୀ ଦେବୀ ପ୍ରଥମ

ନୂଆଦିଲ୍ଲୀ, ୨୦ା୬ (ପି.ଟି.): ଅଲିମ୍ପିଆନ ସି.ଏ. ଭବାନୀ ଦେବୀ ଏସିଆନ ଚାମ୍ପିୟନଶିପ୍‌ରେ ଏକ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଚାଇନାର ଓକ୍ସିଠାରେ ଅନୁଷ୍ଠିତ ଏହି କଣ୍ଟିନେଣ୍ଟାଲ ଇଭେଣ୍ଟର ମହିଳା ସାବ୍ରେ ସେମିଫାଇନାଲରେ ସେ ହାରିଯାଇଛନ୍ତି। ତେବେ ଏସିଆନ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଏକ ପଦକ ଜିତିବାରେ ସେ ପ୍ରଥମ ଭାରତୀୟ ବିବେଚିତ ହୋଇଛନ୍ତି। ଭବାନୀ ଏକ ସଂଘର୍ଷପୂର୍ଣ୍ଣ ସେମିଫାଇନାଲ ମୁକାବିଲାରେ ଉଜ୍‌ବିକିସ୍ତାନର ଜେନାବ ଦାୟିବେକୋଭାଙ୍କଠାରୁ ୧୪-୧୫ରେ ହାରିଯାଇଛନ୍ତି। ଭବାନୀ ପୂର୍ବରୁ କ୍ୱାର୍ଟରପାଇନାଲରେ ବିଶ୍ୱ ଚାମ୍ପିୟନ ଜାପାନର ମିସାକି ଏମୁରାଙ୍କ ବିପକ୍ଷ ଲଢ଼େଇ ୧୫-୧୦ରେ ବିଜୟୀ ହୋଇଥିଲେ। ମିସାକି କାଇରୋଠାରେ ୨୦୨୨ରେ ଅନୁଷ୍ଠିତ ବିଶ୍ୱ ଫେନ୍‌ସିଂ ଚାମ୍ପିୟନଶିପ୍‌ ମହିଳା ସାବ୍ରେରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ମିସାକିଙ୍କ ବିପକ୍ଷରେ ଭବାନୀଙ୍କର ଏହା ହେଉଛି ପ୍ରଥମ ବିଜୟ। ପୂର୍ବରୁ ସେ ଜାପାନିଜଙ୍କ ବିପକ୍ଷ ସମସ୍ତ ମୁକାବିଲାରେ ପରାଜିତ ହୋଇଛନ୍ତି। ୨୯ ବର୍ଷୀୟା ଭବାନୀ ରାଉଣ୍ଡ ଅପ୍‌ ୧୬ରେ ବାଏ ପାଇବା ପରେ ପରବର୍ତ୍ତୀ ରାଉଣ୍ଡରେ କାଜାଖସ୍ତାନର ଦୋସ୍ପେ କାରିନାଙ୍କୁ ହରାଇ ଦେଇଥିଲେ। ପ୍ରି-କ୍ୱାର୍ଟରରେ ତୃତୀୟ ସିଡ୍‌ ଓଜାକି ସେରିଙ୍କ ବିପକ୍ଷରେ ବିଜୟ ହାସଲ କରି ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ଏହି ଐତିହାସିକ ସଫଳତା ପାଇଁ ଫେନ୍‌ସିଂ ଆସୋସିଏଶନ ଅଫ୍‌ ଇଣ୍ଡିଆ ସେକ୍ରେଟାରି ଜେନେରାଲ ରାଜୀବ ମେହେଟା ଭବାନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri