ଭବାନୀପାଟଣା-ତାସିଗୁଡ଼ା ଓଏସଆରଟିସି ବସ୍ ବନ୍ଦ: ଲାଭଜନକ ରୁଟ୍‌ରେ ସେବା ଠପ୍, ଆସନ୍ତା ଶନିବାର ସୁଦ୍ଧା…

ଥୁଆମୂଳ ରାମପୁର, ୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ଓ ଗୁଣପୁର ଦେଇ ତାସିଗୁଡ଼ା ପର୍ଯ୍ୟନ୍ତ ଚାଲୁଥିବା ସରକାରୀ (ଓଏସଆରଟିସି) ବସ୍ ସେବା ଗତ ସେପ୍ଟେମ୍ବର ୨ ତାରିଖରୁ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଥୁଆମୂଳ ରାମପୁର ଓ ତାସିଗୁଡ଼ା ଭଳି ଦୁର୍ଗମ ପାହାଡ଼ିଆ ଓ ଆଦିବାସୀ ବହୁଳ ଅଞ୍ଚଳରେ ଅନ୍ୟ ପରିବହନ ବ୍ୟବସ୍ଥା ନଥିବାରୁ ଏହା ଏକମାତ୍ର ମୁଖ୍ୟ ଲାଇଫ୍‌ଲାଇନ୍ ଭାବେ କାମ କରୁଥିଲା। ଦୀର୍ଘ ଦିନ ଧରି ଏହି ବସ୍ ଚଳାଚଳ ବନ୍ଦ ରହିବା ଫଳରେ ସ୍ଥାନୀୟ ଜନସାଧାରଣ, ଛାତ୍ରଛାତ୍ରୀ, ରୋଗୀ, ଚାଷୀ, ବ୍ୟବସାୟୀ ଓ ନିତ୍ୟଯାତ୍ରୀ ଶିକ୍ଷା, ସ୍ୱାସ୍ଥ୍ୟ, ନିଯୁକ୍ତି ତଥା ନିତ୍ୟାବଶ୍ୟକ କାର୍ଯ୍ୟ ପାଇଁ ଗମନାଗମନ କରିବାରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ବିକଳ୍ପ ଯାତାୟାତର ସୁବିଧା ନଥିବାରୁ ଲୋକେ ଅଧିକ ଅର୍ଥ ଖର୍ଚ୍ଚ କରି ବେସରକାରୀ ଗାଡ଼ିରେ ଯିବାକୁ ବାଧ୍ୟ ହେଉଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ଏହି ରୁଟ୍‌ରୁ ସରକାରଙ୍କୁ ସବୁଠାରୁ ଅଧିକ ରାଜସ୍ୱ ଆଦାୟ ହୋଇଥାଏ। ପୂର୍ବରୁ ଲିଜ୍ ସିଷ୍ଟମ୍ ସମୟରେ ଏହି ରୁଟ୍ ୧୩୦% କଲେକ୍ସନ୍ ସହ ଓଡ଼ିଶାରେ ୧ ନମ୍ବର ରେକର୍ଡ ସୃଷ୍ଟି କରିଥିଲା। ଏତେ ଅଧିକ ଯାତ୍ରୀ ନିର୍ଭରଶୀଳ, ଜନସେବା ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ଏବଂ ଆର୍ଥିକ ଦୃଷ୍ଟିରୁ ସରକାରଙ୍କ ପାଇଁ ଅତ୍ୟନ୍ତ ଲାଭଜନକ ରୁଟ୍‌ରେ ବସ୍ ସେବା ବନ୍ଦ ରହିବା ସାଧାରଣରେ ଗଭୀର ଅସନ୍ତୋଷ ସୃଷ୍ଟି କରିଛି।

ଏହି ଜରୁରୀ ସମସ୍ୟାର ତୁରନ୍ତ ସମାଧାନ ପାଇଁ ବୁଧବାର କଳାହାଣ୍ଡି ଜିଲ୍ଲା କଂଗ୍ରେସ କମିଟି ସଭାପତି ଜଲନ୍ଧର ନାଏକ ଏକ ପତ୍ର (ପତ୍ର ସଂଖ୍ୟା: ଡିସିସି/କେଏଲଡି/୧୩୦/୨୦୨୪) ମାଧ୍ୟମରେ ରାଜ୍ୟ ବାଣିଜ୍ୟ, ପରିବହନ, ସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଗାଡ଼ି ମରାମତି ହେବା ପର୍ଯ୍ୟନ୍ତ ଏକ ବିକଳ୍ପ ଓଏସଆରଟିସି ବସ୍‌ ଯୋଗାଇ ଦେଇ ଭବାନୀପାଟଣା-ତାସିଗୁଡ଼ା ରୁଟ୍‌ରେ ତୁରନ୍ତ ଯାତାୟାତ ସ୍ୱାଭାବିକ କରିବାକୁ ସେ ଅନୁରୋଧ କରିଛନ୍ତି। ଏହି ପତ୍ରର ନକଲ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଓଏସଆରଟିସି ର ପରିଚାଳନା ନିର୍ଦ୍ଦେଶକ ଏନ୍.ବି.ଏସ୍. ରାଜପୁତ ଏବଂ ଭୁବନେଶ୍ୱରସ୍ଥିତ ଓଏସଆରଟିସି ର ଜେନେରାଲ ମ୍ୟାନେଜର (ଅପରେସନ୍)ଙ୍କ ପାଖକୁ ମଧ୍ୟ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରେରଣ କରାଯାଇଛି।

ଅନ୍ୟପଟେ ଏନେଇ ଓଏସଆରଟିସି ଡିପୋ ଇନ୍‌ଚାର୍ଜ ସ୍ୱଦେଶ କୁମାର ପାତ୍ରଙ୍କ ସହ ଫୋନ୍ ଯୋଗେ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ ବସ୍‌ର ମରାମତି କାମ ଚାଲିଥିବାରୁ ଏହା ଚାଲିପାରୁନାହିଁ। ବିଭାଗ ପାଖରେ ବିକଳ୍ପ ଗାଡ଼ି ନଥିବାରୁ ଏହି ସମସ୍ୟା ସୃଷ୍ଟି ହୋଇଛି, ତେବେ ଆସନ୍ତା ଶନିବାର ସୁଦ୍ଧା ଗାଡ଼ି ଚଳାଚଳ ପୁନଃ ସ୍ୱାଭାବିକ ହୋଇଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ

ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri