ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେଥିମଧ୍ୟରୁ ବିଜ୍ଞାନ ବିଭାଗରେ ଅଭିଜିତ୍ ସରାଫ ୯୮.୩୪ % ପ୍ରତିଶତ ନମ୍ବର ରଖି ଜିଲା ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ।ବିଜ୍ଞାନ ବିଭାଗରେ ସର୍ବମୋଟ ୨୫୫ ଜଣ ପରୀକ୍ଷା ଦେଇଥିବା ବେଳେ ୪ ଜଣ ୯୫% ପ୍ରତିଶତ ରୁ ଉର୍ଦ୍ଧ୍ବ , ୨୪ ଜଣ ୯୦% ପ୍ରତିଶତରୁ ଊର୍ଦ୍ଧ୍ୱ, ୯୬ ଜଣ ୮୦% ପ୍ରତିଶତରୁ ଊର୍ଦ୍ଧ୍ୱ ଓ ୨୧୬ ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହି ଅବସରରେ ସମସ୍ତ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ର ଓ ଅଭିଭାବକ ମାନଙ୍କୁ ନେଇ ବିକାଶ ଉଇସଡ଼ମ ପାର୍କରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ପ୍ରାୟ ଏକଶହରୁ ଊର୍ଦ୍ଧ୍ବ ଛାତ୍ରୀଛାତ୍ର ଯୋଗଡେଇ ଥିଲେ ।ଅନୁଷ୍ଠାନ ତରଫରୁ ଉପସ୍ଥିତ ସମସ୍ତ ଛାତ୍ରୀଛାତ୍ର ଓ ଅଭିଭାବକଙ୍କୁ ସମ୍ମାନିତ କରାଯାଇଥିଲା ।ଚଳିତ ବର୍ଷର ପରୀକ୍ଷା ଫଳାଫଳ ବିଗତ ବର୍ଷ ମାନଙ୍କର ରେକର୍ଡ ଭାଙ୍ଗିଛି । ଏହି ସମ୍ବର୍ଦ୍ଧନା ଉତ୍ସବରେ ଲକ୍ଷ୍ମୀ ବିକାଶ ଅନୁଷ୍ଠାନ ସମୂହର ଚେୟାର ମ୍ୟାନ ଡି ନାଗେଶ୍ୱର ରାଓ, ନିର୍ଦ୍ଦେଶକ ଡି ଶ୍ୟାମ, ନିର୍ଦ୍ଦେଶକ ଡି ରାମ କୁମାର, ମୁଖ୍ୟ ଶିକ୍ଷା ଅଧିକାରୀ ଡି ବିଜୟା, ଡି ପଦ୍ମିନୀ, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ତଥା ମୁଖ୍ୟ ପ୍ରଶାସକ ଯୁବରାଜ ନାୟକ, ବିକାଶ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଆଦିତ୍ୟ ପଟ୍ଟନାୟକ , ବିବିଏ ବିସିଏ ଅଧ୍ୟକ୍ଷ ଡ଼ ସୁଦୀପ୍ତ ଜେନା ,ଉପାଧ୍ୟକ୍ଷ ପ୍ରସନ୍ନଜିତ ଦତ୍ତ, ପ୍ରବନ୍ଧକ ଗୁପ୍ତେଶ୍ୱର ଖୁଣ୍ଟିଆ ପ୍ରମୁଖ ଯୋଗଦେଇ ଛାତ୍ରୀଛାତ୍ର ମାନଙ୍କୁ ଅଭିନନ୍ଦନ ଜଣାଇବାସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ପରୀକ୍ଷା ଫଳାଫଳକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ନିଜର ଅଭିବ୍ୟକ୍ତି ଉପସ୍ଥାପନ କରିଥିଲେ। ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କମ୍ ମାର୍କ ଏବେ ବିକାଶ ଶିକ୍ଷାନୁଷ୍ଠାନର ଗୁଣାତ୍ମକ ଶିକ୍ଷା ପଦ୍ଧତି , ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଅକ୍ଲାନ୍ତ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ବଳରେ ଯୁକ୍ତ ଦୁଇ ବୋର୍ଡ଼ ପରୀକ୍ଷାରେ ଉତ୍କୃଷ୍ଟ ଫଳ ଲାଭ କରିଛନ୍ତି ସେ ନେଇଁ ଛାତ୍ରୀଛାତ୍ର ନିଜର ମତ ରଖିଥିଲେ। ଏହି ସଫଳତା ପାଇଁ ସେମାନେ ଅନୁଷ୍ଠାନର ମ୍ୟାନେଜମେଣ୍ଟ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?