Posted inଜାତୀୟ

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ପୁଣି ଥରେ ନିର୍ବାଚନ ମଇଦାନରେ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏଥର ଲଢ଼େଇ ନନ୍ଦୀଗ୍ରାମରେ ନୁହେଁ, ବରଂ ମମତାଙ୍କ ନିଜ ଗଡ଼ କୁହାଯାଉଥିବା ଭବାନୀପୁର ବିଧାନସଭା ଆସନରେ ହେବ। ଭାଜପା ଶୁଭେନ୍ଦୁଙ୍କୁ ନନ୍ଦୀଗ୍ରାମ ସହ ଭବାନୀପୁରରୁ ମଧ୍ୟ ପ୍ରାର୍ଥୀ କରିଥିବା ବେଳେ TMC ପକ୍ଷରୁ ମମତା ବାନାର୍ଜୀ ପୁଣି ଥରେ ଏହି ଆସନରୁ ନିର୍ବାଚନ ଲଢ଼ିବେ।

ଗତ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀ ନିଜର ପାରମ୍ପରିକ ଆସନ ଭବାନୀପୁର ଛାଡ଼ି ନନ୍ଦୀଗ୍ରାମରୁ ଶୁଭେନ୍ଦୁଙ୍କ ବିପକ୍ଷରେ ଲଢ଼ିଥିଲେ। ମାତ୍ର ସେହି କଡ଼ା ସଂଘର୍ଷରେ ମମତା ମାତ୍ର ୧,୯୫୬ ଭୋଟରେ ପରାଜିତ ହୋଇଥିଲେ। ପରେ ସେ ଭବାନୀପୁର ଉପ-ନିର୍ବାଚନ ଜିତି ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିଥିଲେ। ୫ ବର୍ଷ ପରେ ଏବେ ସ୍ଥାନ ବଦଳିଛି। ପୂର୍ବଥର ମମତା ନନ୍ଦୀଗ୍ରାମ ଯାଇଥିଲେ, ଏଥର ଶୁଭେନ୍ଦୁ ଭବାନୀପୁର ଆସି ଦିଦିଙ୍କୁ ଚ୍ୟାଲେଞ୍ଜ ଦେଇଛନ୍ତି।

ଭବାନୀପୁର ଆସନର ଇତିହାସ ଓ ମମତାଙ୍କ ଦବଦବା:
ଭବାନୀପୁର ଆସନକୁ ମମତା ବାନାର୍ଜୀ ନିଜର “ବଡ଼ ଭଉଣୀ” ବୋଲି କୁହନ୍ତି। ଏହି ଆସନରେ ତାଙ୍କର ରେକର୍ଡ ବେଶ ଭଲ ରହିଛି। ୨୦୧୧ରେ ମୁଖ୍ୟମନ୍ତ୍ରୀ ହେବା ପରେ ଉପ-ନିର୍ବାଚନରେ ୫୪,୦୦୦ ଭୋଟ୍‌ରେ ଜିତିଥିଲେ। ୨୦୧୬ରେ କଂଗ୍ରେସ ପ୍ରାର୍ଥୀଙ୍କୁ ପ୍ରାୟ ୨୫,୦୦୦ ଭୋଟ୍‌ରେ ହରାଇଥିଲେ। ସେହିଭଳି ୨୦୨୧ (ଉପ-ନିର୍ବାଚନ)ରେ ଭାଜପାର ପ୍ରିୟଙ୍କା ଟିବ୍ରେୱାଲଙ୍କୁ ପ୍ରାୟ ୫୮,୮୩୫ ଭୋଟରେ ପରାସ୍ତ କରି ଏକ ବଡ଼ ବିଜୟ ହାସଲ କରିଥିଲେ।

ରାଜନୈତିକ ସମୀକ୍ଷକଙ୍କ ଅନୁଯାୟୀ, ଶୁଭେନ୍ଦୁ ଅଧିକାରୀ ପୂର୍ବରୁ TMCରେ ଥିଲେ ଏବଂ ମମତାଙ୍କର ଅତି ବିଶ୍ୱସ୍ତ ଥିଲେ। ୨୦୧୮ରେ ସେ ଭାଜପାରେ ସାମିଲ ହେବା ପରେ ଉଭୟଙ୍କ ମଧ୍ୟରେ ତିକ୍ତତା ବଢ଼ିଥିଲା। ନନ୍ଦୀଗ୍ରାମରେ ମମତାଙ୍କୁ ହରାଇବା ପରେ ଶୁଭେନ୍ଦୁଙ୍କ ଆତ୍ମବିଶ୍ୱାସ ବଢ଼ିଛି, ଅନ୍ୟପଟେ ମମତା ନିଜ ଗଡ଼ରେ ଶୁଭେନ୍ଦୁଙ୍କୁ ହରାଇ ପୁରୁଣା ପରାଜୟର ପ୍ରତିଶୋଧ ନେବାକୁ ଚାହୁଁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri