Posted inଖେଳ

ବେଙ୍ଗାଲୁରୁ ୟୁନାଇଟେଡ୍‌କୁ ହରାଇଲା ଭବାନୀପୁର ଏଫ୍‌ସି

କୋଲକାତା, ୯ା୧୦ (ପି.ଟି.)-କରୋନା ଯୋଗୁ ଦେଶରେ ୭ ମାସ ହେବ କ୍ରୀଡ଼ା କାର୍ଯ୍ୟକଳାପ ସ୍ଥାଣୁ ହୋଇଯାଇଥିଲା। ଗୁରୁବାରଠାରୁ ଆରମ୍ଭ ହୋଇଛି ଫୁଟ୍‌ବଲ ପ୍ରତିଯୋଗିତା। ବିନା ଦର୍ଶକରେ ଅନୁଷ୍ଠିତ ଆଇ-ଲିଗ୍‌ କ୍ୱାଲିଫାୟାର୍ସର ଓପନିଂ ମ୍ୟାଚ୍‌ରେ ସହରର ଅନ୍ୟତମ କ୍ଲବ ଭବାନୀପୁର୍‌ ଏଫ୍‌ସି ୨-୦ ବେଙ୍ଗାଲୁରୁ ୟୁନାଇଟେଡ୍‌କୁ ହରାଇ ଦେଇଛି। ସଲ୍ଟଲେକ୍‌ ଷ୍ଟାଡିୟମରେ ଖେଳାଳିମାନଙ୍କ ଲାଗି ସାନିଟେଶନ ଟନେଲର ବ୍ୟବସ୍ଥା କରାଯାଇଥିଲା। ସାମାଜିକ ଦୂରତ୍ୱ ବଜାୟ ଉପରେ ଧ୍ୟାନ ଦିଆଯାଇଥିଲା। ମାର୍ଚ୍ଚ ୧୭ରେ ଇଣ୍ଡିଆନ ସୁପର ଲିଗ୍‌ ଫାଇନାଲ ପରେ ଫୁଟ୍‌ବଲ ଟୁର୍ନାମେଣ୍ଟ ବନ୍ଦ ରହିଥିଲା। ୫ଟି ଦଳକୁ ନେଇ ଆଇ-ଲିଗ୍‌ କ୍ୱାଲିଫାୟର୍ସ ରାଉଣ୍ଡ ରବିନ ଭିତ୍ତିରେ ଖେଳାଯାଉଛି।ଏହି ଟୁର୍ନାମେଣ୍ଟର ବିଜେତା ଡିସେମ୍ବରରେ ହେବାକୁଥିବା ଆଇ-ଲିଗ୍‌ ପାଇଁ ଯୋଗ୍ୟତା ଅର୍ଜନ କରିବ। ଗୁରୁବାର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭବାନୀପୁର ଏଫ୍‌ସି ଦଳଠାରୁ ପ୍ରଭାବୀ ପ୍ରତିଆକ୍ରମଣ ଖେଳ ଦେଖିବାକୁ ମିଳିଥିଲା। ମ୍ୟାଚରେ ଦୁଇଥର ଜଳପାନ ବିରତି ହୋଇଥିଲା। ନୂଆ କୋଭିଡ୍‌-୧୯ ପ୍ରୋଟୋକଲ ଅନୁସାରେ ପ୍ରତିଟି ଦଳରେ ୫ ବଦଳ ଖେଳାଳି ଉପଲବ୍ଧ ହୋଇ ପାରିବେ। ଭବାନୀପୁର ତରଫରୁ ପ୍ରଥମାର୍ଦ୍ଧ ଖେଳ ଶେଷ ହେବାକୁ ଅଳ୍ପ ସମୟ ବାକି ରହିଥିବାବେଳେ ଘାନା ଫରଓ୍ବାର୍ଡ ଫିଲିପ୍‌ ଆଦ୍‌ଜା ପ୍ରଥମ ଗୋଲ ସ୍କୋର କରିଥିଲେ। ୬୦ତମ ମିନିଟ୍‌ରେ ଅଲ୍‌ଟାମାଶ ସୟଦ ଦ୍ୱିତୀୟ ଗୋଲ୍‌ଟିକୁ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?