ଭିତର ଅଞ୍ଚଳରେ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର’ ଅନୁଷ୍ଠିତ

ତୁମୁଡିବନ୍ଧ,୧୨ା୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଭିତର ଅଞ୍ଚଳରେ ଥିବା ଝିରିପାଣି ପଞ୍ଚାୟତ ପରିସରରେ ବୁଧବାର ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର’ ଅନୁଷ୍ଠିତ ହୋଇଯାଇଛି।

ତୁମୁଡିବନ୍ଧ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୌମ୍ୟ ରଞ୍ଜନ ସାହୁ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ପି. ପଦ୍ମା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସନ୍ଥ କବି ଭୀମ ଭୋଇଙ୍କ ଫଟୋଚିତ୍ରରେ ଧୂପ ଦୀପ ଜାଳି ଶିବିରକୁ ଉଦ୍‌ଘାଟନ କରିଥିଲେ। ଏଥିରେ ଝିରିପାଣି ସରପଞ୍ଚ କାନ୍ତି ପାତ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ ଡାକ୍ତରମାନେ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।

ଏହି ଶିବିରରେ ମୋଟ୍ ୨୩୬ ଜଣ ଭିନ୍ନକ୍ଷମ ପଞ୍ଜିକରଣ କରିଥିଲେ। ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟରୁ ଆସିଥିବା ଡାକ୍ତରମାନେ ବିଭିନ୍ନ ବିଭାଗ ଅନୁସାରେ ଭିନ୍ନକ୍ଷମମାନଙ୍କୁ ଚିହ୍ନଟ କରିଥିଲେ। ଶିବିର ଶେଷରେ, ୬ ଜଣ ଭିନ୍ନକ୍ଷମଙ୍କୁ ହୁଇଲ ଚେୟାର ଏବଂ ୨ ଜଣଙ୍କୁ ଆଶା ବାଡ଼ି ପ୍ରଦାନ କରାଯାଇଥିଲା। ଝିରିପାଣି ଭଳି ଭିତର ଅଞ୍ଚଳରେ ଏହି କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳାର ସହ ସମ୍ପାଦନ ହୋଇଥିବାରୁ ଅଞ୍ଚଳବାସୀ ବ୍ଲକ ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଉଁଶ ବଣ, ୭ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ…

ବନ୍ତ,୨୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ସମ୍ମୁଖରେ ଥିବା ଏକ ବାଉଁଶ ବଣରେ ବୁଧବାର ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡରେ ସ୍ଥାନୀୟ…

କଲ୍ୟାଣ ମଣ୍ଡପ ଏବେ ଅସ୍ଥାୟୀ ଗଞ୍ଜାମ ଏନ୍‌ଏସି କାର୍ଯ୍ୟାଳୟ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ଏନ୍‌ଏସି (NAC) କାର୍ଯ୍ୟାଳୟ ଏବେ କଲ୍ୟାଣୀ ମଣ୍ଡପକୁ ସ୍ଥାନାନ୍ତରିତ ହେବାକୁ ଯାଉଛି। ପୁରୁଣା କାର୍ଯ୍ୟାଳୟ ଗୃହକୁ ଭାଙ୍ଗି…

ବୈତରଣୀରେ ବେଆଇନ ବାଲି ଉଠାଣ ଉପରେ ଲାଗିଲା ଲଗାମ, ଧାରା ୧୬୩ ଜାରି

ଭଦ୍ରକ, ୨୨।୪(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧିନରେ ବୈତରଣୀ ନଦୀରେ ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ଉଠାଣ ବଢ଼ି ଚାଲିଛି। ଏହି ଅବୈଧ ବାଲି…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ…

ଆନନ୍ଦପୁରରେ ପୋଲିସକୁ ବଡ଼ ସଫଳତା: ୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨୦ ଗିରଫ

କେନ୍ଦୁଝର/ହାଟଡିହୀ/ଆନନ୍ଦପୁର, ୨୨/୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ବିଭିନ୍ନ ଥାନା ଅଞ୍ଚଳରୁ ପୋଲିସ ଚୋରା ଗଞ୍ଜେଇ ବିକ୍ରି ଘଟଣାରେ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri