ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଉଦ୍‌ଯାପିତ: ୩୮୧ ପଞ୍ଜିକୃତ, ୨୬୯ଙ୍କୁ ମିଳିଲା ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୧୭ା୧ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କ୍ଷେତିଶ ପ୍ରିୟଦର୍ଶିଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମରୁ ଦିବ୍ୟାଙ୍ଗମାନେ ନିଜ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଏଥିରେ ୩୮୧ପଞ୍ଜିକୃତକରି ସ୍ବାସ୍ଥ୍ୟ ପରୀକ୍ଷା କରାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୬୯ ଜଣଙ୍କୁ ପ୍ରମାଣପତ୍ର ବଣ୍ଟନ କରାଯାଇଛି। ସେମାନଙ୍କ ମଧ୍ୟରେ ମାନସିକ ଅନଗ୍ରସର, ଦୃଷ୍ଟିଶକ୍ତି ବାଧକ, ଶ୍ରବଣ ଶକ୍ତି ବାଧକ, ଚଳଣି ବାଧକ ଆଦି ରହିଥିଲେ। ସେମାନଙ୍କୁ ଡାକ୍ତର ଦେବଜିତ ଦାସ, ଡାକ୍ତର ଶ୍ରବଣ ସାହୁକାର, ଡାକ୍ତର ଉତ୍କଳ କେଶରୀ ବେହେରା, ଡାକ୍ତର ଜୟଦେବ ଘୋଷ, ଡାକ୍ତର ସତ୍ୟବ୍ରତ ସାହୁ ପ୍ରମୁଖ ରୋଗୀ ପରୀକ୍ଷା କରି ଚିହ୍ନଟ କରି ପ୍ରମାଣପତ୍ର ପ୍ରଦାନ କରିଥିଲେ। ଯେଉଁମାନଙ୍କୁ ପ୍ରମାଣପତ୍ର ମିଳିଛି ସେମାନଙ୍କୁ ଆବଶ୍ୟକ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି କୁହାଯାଇଛି। ଏହି ସବୁ କାର୍ଯ୍ୟକ୍ରମକୁ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ପି.ପଦ୍ମା, ବାଲିଗୁଡା ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ମମିତା ପ୍ରଧାନ, ପ୍ରମୋଦ ବଡ଼ସେଠ, ଅକ୍ଷୟ ପଣ୍ଡା, ହେମନ୍ତ ମେହେର, ବସନ୍ତ ପଳେଇ ଏବଂ ବ୍ଲକର ଗୋଷ୍ଠୀ ସମ୍ବଳ ଶିକ୍ଷକ ମାନସ ଷଡ଼ଙ୍ଗୀ ଓ ଅନ୍ୟକର୍ମଚାରୀ ଶିବିରକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri