ଭୀମକୁଣ୍ଡ ପାଲଟିବ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପାଟଣା,୧୦।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଭୀମକୁଣ୍ଡଠାରେ ଆୟୋଜିତ ଏକ ସାଧାରଣ ସଭାରେ ଶନିବାର ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ଯୋଗ ଦେଇଛନ୍ତି। ସକାଳେ ସେ ତଣ୍ଡ ଅସ୍ଥାୟୀ ହେଲି ପ୍ୟାଡ୍‌ରେ ଅବତରଣ କରିବା ପରେ ଭୀମକୁଣ୍ଡ ୱାଚ ଟାୱାର ପରିଦର୍ଶନ କରିଥିଲେ। ଏହାପରେ ଭୀମକୁଣ୍ଡ ପଡ଼ିଆରେ ଆୟୋଜିତ ସାଧାରଣ ସଭାରେ ପାଟଣା ମାଟିକୁ ନମସ୍କାର କରି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ସଭାସ୍ଥଳୀରେ ଉପସ୍ଥିତ ଏସ୍‌ଏଚ୍‌ଜି ମହିଳା, ଜନତା ଓ ବିଭିନ୍ନ ବର୍ଗର ଲୋକଙ୍କଠାରୁ ପାଟଣା ଅଞ୍ଚଳର ପ୍ରମୁଖ ସମସ୍ୟା ଓ ଉନ୍ନୟନ କାର୍ଯ୍ୟ ସମ୍ବଳିତ ଦାବିପତ୍ର ଗ୍ରହଣ କରିଥିଲେ। ଭୀମକୁଣ୍ଡକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କେନ୍ଦ୍ରରେ ଡିସେମ୍ବର ସୁଦ୍ଧା ପରିଣତ କରିବାକୁ ସେ ଘୋଷଣା କରିଥିଲେ। ଚାଷୀମାନଙ୍କ ଉନ୍ନତି ପାଇଁ ଜଳସେଚନ ସୁବିଧା, ମନ୍ଦିର, ମସ୍‌ଜିଦର ଉନ୍ନତି ସହ ଜନସାଧାରଣଙ୍କ ପକ୍ଷରୁ ଆସିଥିବା ଅନ୍ୟାନ୍ୟ ଦାବିକୁ ମୁଖ୍ୟମନ୍ତ୍ରୀ ବିଚାର କରିବେ ବୋଲି ପାଣ୍ଡିଆନ୍‌ କହିଥିଲେ। ସେ ମୟୂରଭଞ୍ଜ ଜିଲାପାଳ ଥିବାବେଳେ ବହୁବାର ପାଟଣା ପାର୍ଶ୍ୱ ଭୀମକୁଣ୍ଡ ପରିଦର୍ଶନ କରିଛନ୍ତି। ପାଟଣା ଅଞ୍ଚଳର ବିକାଶ ଧାରା ଉପରେ ଆସନ୍ତା ୧୮ ତାରିଖ ମଧ୍ୟରେ ଲୋକଙ୍କୁ ଶୁଭ ଖବର ମିଳିଯିବ ବୋଲି ସେ କହିଥିଲେ। ସଭାସ୍ଥଳୀକୁ ଖୋଦ ଜିଲାପାଳ ଆଶିଷ ଠାକ୍‌ରେ ଓ ଅନ୍ୟାନ୍ୟ ପ୍ରଶାସନ ଅଧିକାରୀ ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri