ଆଜିଠୁ ୩ ମାସ ପର୍ଯ୍ୟନ୍ତ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୧ା୫: ମେ’ ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ କରାଯାଇଛି। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଥିବାରୁ ଏହାକୁ ଦୃଷ୍ଟିରେ ରଖି ବନ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ଏହି ସମୟ ଭିତରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକା ପ୍ରବେଶ ବନ୍ଦ ରହିବ। ପ୍ରଜନନ ଋତୁ ସମୟରେ କୁମ୍ଭୀର ନଦୀକୂଳଠାରୁ ଜୁଆର ଛୁଇଁପାରୁ ନ ଥିବା ନିରାପଦ ସ୍ଥାନରେ ଅଣ୍ଡା ଦେଇଥାନ୍ତି। ଏହି ସମୟରେ କୁମ୍ଭୀର ଅଧିକ ହିଂସ୍ର ହୋଇଥାନ୍ତି। ସେମାନଙ୍କୁ ବାଧାଦେଲେ ଆକ୍ରମଣ କରିବାକୁ ପଛାନ୍ତି ନାହିଁ। ତେଣୁ ଉଭୟ ପର୍ଯ୍ୟଟକ ଏବଂ କୁମ୍ଭୀରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri