ଶିକାରୀଙ୍କ ଲୋଲୁପ ଦୃଷ୍ଟିରେ ଭିତରକନିକା

କେନ୍ଦ୍ରାପଡ଼ା,୨୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆ ବର୍ଷ ଭୋଜି ପାଇଁ ଶିକାରୀଙ୍କ ଲୋଲୁପ ଦୃଷ୍ଟି ଜାତୀୟ ଉଦ୍ୟାନ ଭିତରକନିା ଉପରେ ରହିଛି। ବନ୍ୟ ପଶୁ ବାର୍‌ହା, ହରିଣ, ଦେଶୀ ଓ ବିଦେଶାଗତ ପକ୍ଷୀ, ସାମୁଦ୍ରିକ ପ୍ରାଣୀ ଅଲିଭ ରିଡଲେ ଆଦି ଏହି ପିକ୍‌ନିକ ଋତୁରେ ସୁରକ୍ଷିତ ନୁହନ୍ତି। ଏଥିସହିତ ଏବେ ଭିତରକନିକା ସାମୁଦ୍ରିକ ଅଞ୍ଚଳରେ ପ୍ରଚୁର ମାଛ ଦେଖା ଦେଉଥିବାରୁ ବ୍ୟବସାୟୀଙ୍କ ଆଖି ତା’ ଉପରେ ରହିଛି। କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ ପ୍ରାୟ ୬୦ରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ମାଛ ଧରିବା ଅଭିଯୋଗରେ ଗିରଫ ହୋଇ ସାରିଲେଣି। ଆସନ୍ତା ବଡ଼ଦିନ ଓ ନୂଆବର୍ଷ ପାଇଁ ଶିକାରୀଙ୍କ ଲୋଲୁପ ଦୃଷ୍ଟି ଭିତରକନିକା ଉପରେ ପଡିଛି ବୋଲି ସ୍ଥାନୀୟ ଅଞ୍ଚଳବାସୀଙ୍କ ମତ ରହିଛି।
ରାଜନଗରର ବସନ୍ତ କୁମାର ହାତୀ କହିଛନ୍ତି, ଏହି ଦୁଇଦିନରେ ପର୍ଯ୍ୟଟକଙ୍କ ସଂଖ୍ୟା ଅଧିକ ହୋଇଥିବା ବେଳେ ସମସ୍ତ ଅଞ୍ଚଳରେ ଭୋଜିଭାତ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଶିକାରୀମାନେ ଶିକାର ଖୋଜିବାରେ ଲାଗି ପଡିଛନ୍ତି। ଭିତରକନିକାରେ ଏବେ ଦେଶୀ ବିଦେଶୀ ପକ୍ଷୀଙ୍କ ଭିଡ଼ ଲାଗିଛି। ସାଧାରଣରେ ଏହି ଶୀତ ଋତୁରେ ବିଦେଶୀ ପକ୍ଷୀଙ୍କ ସମାହାର ଏଠାରେ ଦେଖିବାକୁ ମିଳେ। ଭିତରକନିକା ଆଭ୍ୟନ୍ତର ଓ ବାହ୍ୟ ଅଞ୍ଚଳରେ ପକ୍ଷୀଙ୍କ ଶିକାର ଚାଲିଛି। ଏହାର ମାଂସ ନିକଟସ୍ଥ ବ୍ଲକ ଅଞ୍ଚଳ ସମେତ ପାରାଦୀପ, ଧାମରା, ଯାଜପୁର ଆଦି ଅଞ୍ଚଳକୁ ଯାଉଛି। ଏହା ନୂଆ କଥା ନୁହେଁ। ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବାର୍‌ହା, ହରିଣଠାରୁ ଆରମ୍ଭ କରି ପଶୁପକ୍ଷୀଙ୍କୁ ମାଂସ ପାଇଁ ଶିକାର କରାଯାଉଛି। ଏଥିସହିତ ସାମୁଦ୍ରିକ ଜୀବଙ୍କୁ ଶିକାର କରାଯାଇ ଏହି ଦୁଇ ଦିନରେ ଶିକାରୀ ଏହି ୨ଦିନରେ ଭଲ ରୋଜଗାର କରୁଛନ୍ତି। ଦୋଳଗୋବିନ୍ଦ ଜେନା କହିଛନ୍ତି, ଯନ୍ତା ସହିତ କୁକୁରକୁ କେତେକ ଶିକାରୀ ଶିକାର ସମୟରେ ବ୍ୟବହାର କରୁଛନ୍ତି। ସେହିପରି ବିରଳ ଅଲିଭ ରିଡଲେ କଇଁଛ ଶିକାର ଚାଲିଥିବା ବେଳେ ବନବିଭାଗ ପକ୍ଷରୁ ଅଦ୍ୟାବଧି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ବଡ଼ଦିନ ଓ ନୂଆବର୍ଷ ପୂର୍ବରୁ ପଶୁ,ପକ୍ଷୀଙ୍କ ମାଂସ ପାଇଁ ଶିକାର ହେଉଥିବା ସେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ରେଞ୍ଜର ମାନସ କୁମାର ଦାସ କହିଛନ୍ତି, ଏନେଇ ବନ ବିଭାଗ ସତର୍କ ଅଛି। ବିଭିନ୍ନ ରେଞ୍ଜ ଅଫିସରଙ୍କୁ ଏସମ୍ପର୍କରେ ଆଲର୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?