Posted inରାଜ୍ୟ

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର, ୧ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ରୁ ଜୁଲାଇ ୩୧, ଏହି ୩ ମାସ ପାଇଁ ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ। ସୋମବାରଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ନିମନ୍ତେ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ। ଏଥିପାଇଁ ବନ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଗୁପ୍ତି ଓ ଡାଙ୍ଗମାଳରେ ପର୍ଯ୍ୟଟକମାନେ ରାତ୍ରିଯାପନ କରିପାରିବେ। ଏଥିପାଇଁ ୱେବ୍‌ସାଇଟ ଖୋଲାଅଛି। ମାତ୍ର ହବାଳିଖଟିକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ପୂର୍ବରୁ କେବଳ ରାତ୍ରିଯାପନ କରୁଥିବା ପର୍ଯ୍ୟଟକମାନେ ହବାଳିଖଟି ଯାଉଥିଲେ। ହବାଳିଖଟିରେ ଥିବା ଡଲ୍‌ଫିନ ହାଉସ୍‌ ନିକଟକୁ ସମୁଦ୍ର ମାଡ଼ି ଆସିଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ କିଛିଦିନ ସେଠାରେ ରାତ୍ରିଯାପନକୁ ବନ୍ଦ କରାଯାଇଛି। ବର୍ଷାଦିନେ ସମୁଦ୍ର ଅଧିକ ଅଶାନ୍ତ ରହୁଥିବାରୁ ବନ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହାବାଦ୍‌ ଭିତରକନିକାକୁ ପଲିଥିନମୁକ୍ତ କରିବାକୁ ସୋମବାରଠାରୁ ପର୍ଯ୍ୟଟକଙ୍କୁ ସଚେତନ କରାଯିବ। ଭିତରକନିକା ଯେପରି ପଲିଥିନ ଓ ପ୍ଲାଷ୍ଟିକ୍‌ ଫ୍ରି ଜାତୀୟ ଉଦ୍ୟାନ ହେବ, ସେଥିପାଇଁ ସବୁସ୍ତରରୁ ସଚେତନ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ପୂର୍ବରୁ ଏହି କଟକଣା ଥିଲେ ମଧ୍ୟ କେତେକାଂଶରେ ପର୍ଯ୍ୟଟକମାନେ ପଲିଥିନ ଭିତରକୁ ନେଇ ଏଣେତେଣେ ଫୋପାଡ଼ିବା ସହ ନଦୀ ନାଳରେ ଫିଙ୍ଗୁଥିଲେ। ପଲିଥିନ ଓ ପ୍ଲାଷ୍ଟିକ୍‌ ଆବର୍ଜନା ଜୈବବିବିଧତା ସନ୍ତୁଳନ ରକ୍ଷା କରିବାରେ ବ୍ୟାଘାତ ସୃଷ୍ଟି କରୁଛି। ପଲିଥିନ ଓ ପ୍ଲାଷ୍ଟିକ୍‌ ଯୋଗୁ ଜୀବଜନ୍ତୁମାନେ ମଧ୍ୟ ଅସୁବିଧାରେ ପଡୁଛନ୍ତି। ଜୈବବିବିଧତାର ସୁରକ୍ଷା ନିମନ୍ତେ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟକୁ ପଲିଥିନକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ପଲିଥିନ କିପରି ଆମ ପରିବେଶକୁ ନଷ୍ଟ କରୁଛି ସେ ନେଇ ବୁଝାଯିବ। ପଲିଥିନ ଜାତୀୟ ଉଦ୍ୟାନ ମଧ୍ୟକୁ ନ ନେବା ପାଇଁ ସଚେତନ କରାଯିବ। ଏହାବାଦ୍‌ ପ୍ଲାଷ୍ଟିକ୍‌ ବୋତଲକୁ ମଧ୍ୟ ପର୍ଯ୍ୟାୟକ୍ରମେ ବନ୍ଦ କରାଯିବ। ପର୍ଯ୍ୟଟକମାନେ ଯେତିକି ସଂଖ୍ୟକ ପ୍ଲାଷ୍ଟିକ୍‌ ପାଣି ବୋତଲ ଭିତରକନିକା ମଧ୍ୟକୁ ନେବେ ଫେରିଲା ବେଳେ ସେତିକି ବୋତଲ ଧରି ଫେରିବେ। କୌଣସି ପରିସ୍ଥିତିରେ ପ୍ଲାଷ୍ଟିକ୍‌ ବୋତଲ ଭିତରକନିକା ଜଙ୍ଗଲ କିମ୍ବା ନଦୀନାଳ ମଧ୍ୟକୁ ଯେପରି ନ ଫିଙ୍ଗନ୍ତି, ସେଥିପାଇଁ ସଚେତନ କରାଯିବ। ଏଥିସହ ପର୍ଯ୍ୟଟକମାନଙ୍କୁ ଶୁଦ୍ଧ ପାନୀୟଜଳ ଯୋଗାଇଦେବା ପାଇଁ ଭିତରକନିକାର ବିଭିନ୍ନ ସ୍ଥାନରେ ପାନୀୟଜଳର ବ୍ୟବସ୍ଥା କରାଯିବ। ସୁସ୍ଥ ପରିବେଶ ଓ ଭିତରକନିକା ଜୈବବିବିଧତାର ସୁରକ୍ଷା ଲାଗି ପର୍ଯ୍ୟଟକମାନେ ପଲିଥିନ ଓ ପ୍ଲାଷ୍ଟିକ୍‌ମୁକ୍ତ ଭିତରକନିକା ଗଢ଼ିବାରେ ସହଯୋଗର ହାତ ବଢ଼େଇବାକୁ କନିକା ରେଞ୍ଜ୍‌ ଅଫିସର ମାନସ କୁମାର ଦାସ ନିବେଦନ କରିଛନ୍ତି। ପଲିଥିନ ବଦଳରେ କପଡ଼ା ବ୍ୟାଗ୍‌, କାଗଜ ବ୍ୟାଗ୍‌ ଓ ଝୋଟରେ ପ୍ରସ୍ତୁତ ବ୍ୟାଗ୍‌ରେ ବ୍ୟବହାର ସାମଗ୍ରୀ ଭିତରକନିକା ମଧ୍ୟକୁ ନେବା ପାଇଁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?