୧୦ ଦିନ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା ଅଫିସ,୨୮।୧୨: ଜାନୁୟାରୀ ୨ ରୁ ୧୧ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ ବନ୍ଦ ରହିବ। ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଏ ନେଇ ୧୦ ଦିନ ଭିତରକନିକାକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯିବ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ଯଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି।

ଭିତରକନିକା ଜାତୀୟ ଉଦ୍ୟାନ ଓ ଏହା ବାହାରେ ଥିବା ନଦୀ, ନାଳ ଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ। ଉଭୟ ଦିନରେ ଓ ରାତିରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ବିଶାରଦ ଡା. ସୁଧାକର କରଙ୍କ ନେତୃତ୍ୱରେ ବନ ବିଭାଗ କର୍ମଚାରୀମାନେ କୁମ୍ଭୀର ଗଣନା କାର୍ଯ୍ୟରେ ନିୟୋଜିତ ରହିବେ।