ଭିତରକନିକାରେ ୧୬ ବଉଳା କୁମ୍ଭୀର ବୃଦ୍ଧି

ରାଜନଗର, ୧୧।୧(ଡି.ଏନ.ଏ.):  ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ କୁମ୍ଭୀର ଗଣନା ଶେଷ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ କୁମ୍ଭୀରଙ୍କ ସଂଖ୍ୟାରେ ୧୬ ବଢ଼ିଥିବା ରିପୋର୍ଟରୁ ଜଣାପଡ଼ିଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡ଼ିକରେ ୧୭୬୮ଟି ବଉଳା କୁମ୍ଭୀର ଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧୭୮୪କୁ ବୃଦ୍ଧିପାଇଛି। ଚଳିତବର୍ଷ ଭିତରକନିକାରେ କନିକା ରେଞ୍ଜର ପଟ୍ଟାପାରିଆ, ଖୋଳା ମୁହଁ, ବାଲିଯୋର, ମହିଁଷାମଡା, ଗୁପ୍ତି, ବାଉଁଶଗଡ ନଈ, ଅଙ୍ଗାରୀ କ୍ରିକ୍‌ ନିକଟରେ ୨୦ଫୁଟରୁ ଅଧିକ ବଉଳା କୁମ୍ଭୀରକୁ ବନ ବିଭାଗ ଗଣନା ଟିମ୍‌ ଗଣନା ସମୟରେ ଠାବ କରିଛି। ଏଥିସହ ଜୟନଗର-ଖୋଳା ମଝି ବାଲିପଠା, ଥାନପତି ମାଉଥ୍‌, ଗଞ୍ଜେଇଖିଆ, ଶୁଆଯୋର, ଗୋଧରାପାଳ, ଗୁମୁରା ଗାଁ ନିକଟରେ ୧୫ଫୁଟର ଇଙ୍ଗ କୁମ୍ଭୀର ଠାବ କରାଯାଇଛି ବୋଲି ବନ ବିଭାଗ ସୂତ୍ରରୁ ଜଣାପଡିଛି। ଏଥିସହ ଚଳିତବର୍ଷ କୁମ୍ଭୀର ଗଣନା ସମୟରେ ଭିତରକନିକା ନଦୀ, ନାଳରେ ଧଳା କୁମ୍ଭୀର ଦେଖିବାକୁ ମିଳିଥିଲା। ଗୋପାଳଜୀଉପାଟଣା, କାଳିଭଞ୍ଜଡିଆ, ଶାଗୁଣାଚର ଓ ଭିତରକନିକା ନଦୀରେ ଧଳା ବଡ କୁମ୍ଭୀର ସହିତ ଛୁଆ ଧଳା କୁମ୍ଭୀର ଦେଖିବାକୁ ମିଳିଥିଲା। ପ୍ରାକୃତିକ ପରିବେଶରେ ଏତେ ସଂଖ୍ୟକ ଧଳା କୁମ୍ଭୀର ସବୁଠୁ ଅଧିକ ବୋଲି କୁହାଯାଉଛି।
ଚଳିତ ମାସ ୬ରୁ ୧୦ ତାରିଖ ଯାଏ ୫ ଦିନ ଧରି ଏହି କୁମ୍ଭୀର ଗଣନା କରାଯାଇଛି। ବରିଷ୍ଠ ଜୀବ ବିଜ୍ଞାନୀ, ଗବେଷକ, କୁମ୍ଭୀର ବିଶାରଦ ଡ.ସୁଧାକର କରଙ୍କ ନେତୃତ୍ୱରେ ୨୨ଟି ଟିମ୍‌ କୁମ୍ଭୀର ଗଣନାରେ ସାମିଲ ହୋଇଥିଲେ। ଏହି ଗଣନା ସମୟରେ ୫୬୪ଟି କୁମ୍ଭୀର ଶାବକ (ଛୁଆ) ଅର୍ଥାତ୍‌ ୨ ଫୁଟରୁ କମ ଲମ୍ବର କୁମ୍ଭୀର, ୩୭୮ଟି ବର୍ଷିକିଆ ଛୁଆ ଅର୍ଥାତ୍‌ ୨ରୁ ୩ ଫୁଟିଆ କୁମ୍ଭୀର, ୩୩୮ଟି ଦୁଇ ବର୍ଷିଆ ଛୁଆ ଅର୍ଥାତ୍‌ ୩ରୁ ୬ ଫୁଟିଆ କୁମ୍ଭୀର, ୧୫୮ଟି ୪ରୁ ୫ ବର୍ଷର ଅର୍ଥାତ୍‌ ୬ରୁ ୮ ଫୁଟ ଲମ୍ବର କୁମ୍ଭୀର ଦେଖିବାକୁ ମିଳିଥିଲା। ଏଥିସହ ବଡ଼କୁମ୍ଭୀର ଅର୍ଥାତ୍‌ ୮ ଫୁଟରୁ ଅଧିକ ଲମ୍ବର ୩୪୬ଟି ଗଣନାବେଳେ ଠାବ କରାଯାଇଛି ବୋଲି ରାଜନଗର ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି। ଭିତରକନିକା ବାହାରେ ଥିବା ନଦୀ, ନାଳଗୁଡିକରେ ଚଳିତବର୍ଷ ପ୍ରାୟ ୧୨୦ଟି କୁମ୍ଭୀର ଥିବା ଜଣାପଡିଛି। ଗଣନା ସମୟରେ କନିକା ରେଞ୍ଜ ଅଞ୍ଚଳରେ ସର୍ବାଧିକ ୧୪୦୯ଟି, ରାଜନଗର ରେଞ୍ଜରେ ୨୬୫ଟି, ମହାକାଳପଡା ରେଞ୍ଜରେ ୭୬ଟି, ଗହୀରମଥା ରେଞ୍ଜ ଅଞ୍ଚଳରେ ୩୪ଟି ବଉଳା କୁମ୍ଭୀର ଥିବା ଜଣାପଡିଛି। ଗତବର୍ଷଠାରୁ କନିକା, ରାଜନଗର, ଗହୀରମଥା ରେଞ୍ଜରେ କୁମ୍ଭୀର ସଂଖ୍ୟା ବଢ଼ିଥିବା ବେଳେ ମହାକାଳପଡ଼ା ରେଞ୍ଜରେ କୁମ୍ଭୀର ସଂଖ୍ୟା ସମାନ ରହିଛି। ସକାଳେ କୁମ୍ଭୀରମାନେ ଖରା ପୋଇଁବା ଅବସ୍ଥାରେ ଓ ସନ୍ଧ୍ୟାରେ ସ୍ପଟ୍‌ ଲାଇଟ୍‌ ମାଧ୍ୟମରେ ଗଣନା କରାଯାଇଥିଲା। ୧୯୭୬ ମସିହାଠାରୁ ଭିତରକନିକାରେ କୁମ୍ଭୀର ଗଣନା କରାଯାଉଛି। ହୁଲି ଡଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା ହୋଇଥିଲା। ଚଳିତବର୍ଷ ପ୍ରଥମଥର ପାଇଁ ପାରମ୍ପରିକ ପଦ୍ଧତି ସହ ପଲିଗନ ସର୍ଚ୍ଚ ଆପ୍‌ ମାଧ୍ୟମରେ କୁମ୍ଭୀର ଗଣନା କରାଯାଇଥିଲା।

ପକ୍ଷୀ ଗଣନା ୧୨ରେ

ବିଦେଶାଗତ ପକ୍ଷୀଙ୍କର ଆଗମନରେ ଭିତରକନିକା ଜାତୀୟ ଉଦ୍ୟାନ ସମେତ ଆର୍ଦ୍ରଭୂମି ଏବେ ଚଳଚଞ୍ଚଳ ହୋଇଉଠିଛି। ଚଳିତବର୍ଷ ଆସିଥିବା ପକ୍ଷୀଙ୍କ ଗଣନା କାର୍ଯ୍ୟ ପାଇଁ ମଙ୍ଗଳବାର ପକ୍ଷୀ ଗଣନାକାରୀଙ୍କୁ ପ୍ରଶିକ୍ଷଣ ଦିଆଯିବ। ୧୨ ତାରିଖରେ ପକ୍ଷୀ ଗଣନା କରାଯିବ ବୋଲି ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି। ଭିତରକନିକାରେ ପକ୍ଷୀ ଗଣନା ପାଇଁ ୧୬ଟି ଟିମ୍‌ ଗଠନ କରାଯାଇଛି। ଭିତରକନିକା ଜାତୀୟ ଉଦ୍ୟାନର ରାଇପାଟିଆ, ସାତଭାୟା ଘେରି, ସାତଭାୟାର ବିସ୍ତୀର୍ଣ୍ଣ ଆର୍ଦ୍ରଭୂମି, ଜମ୍ବୁ, ବତୀଘର, ବରୁଣେଇ ମୁହାଁଣ, ପ୍ରହରାଜପୁର, କଂସାରିପାଟିଆ, ଖୋଳା, ନଳିତାପାଟିଆ, ଦୁର୍ଗାପୁର ମୁହାଁଣ, ଲକ୍ଷ୍ମୀପ୍ରସାଦଡିଅଁା, କାଳିଭଞ୍ଜଡିଆଁ, ମଗରକନ୍ଦା, ଚିଞ୍ଚତ୍ରି ମାଉଥ, ଚିତଉକୋଲ୍ଲା, ଭିତରକନିକା ମାଉଥ, ଏକମାଣିଆ, ରାଜଗଡ ପ୍ରଭୃତି ଅଞ୍ଚଳରେ ଏହି ଗଣନା କାର୍ଯ୍ୟ କରାଯିବ। ପ୍ରତି ଟିମ୍‌କୁ ୱାକିଟକି, ବାଇନାକୁଲାର, ଜିପିଏସ, ଭିଏଚ୍‌ଏଫ୍‌ ପ୍ରଭୃତି ଯନ୍ତ୍ର ଯୋଗାଇ ଦିଆଯାଇଛି। କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ସେଞ୍ଚୁରିଆନ ୟୁନିଭର୍ସିଟି ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ପକ୍ଷୀ ଗଣନାରେ ସାମିଲ ପାଇଁ ରାଜନଗର ଡିଏଫ୍‌ଓଙ୍କୁ ଅନୁରୋଧ ପତ୍ର ଆସିଥିଲା। ପ୍ରଥମଥର ଲାଗି ଛାତ୍ରୀଛାତ୍ରଙ୍କୁ ପକ୍ଷୀ ଗଣନାରେ ସାମିଲ କରାଯିବା ପାଇଁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?