ମାଂସ ଶିକାରୀଙ୍କ ଲୋଲୁପ ଦୃଷ୍ଟିରେ ଭିତରକନିକା

କେନ୍ଦ୍ରାପଡ଼ା ଅଫିସ, ୨୫।୧୨: ଭିତରକନିକା ଜାତୀୟ ଉଦ୍ୟାନରୁ ଗତ ୯ ତାରିଖରେ ହରିଣ ଶିକାର କରି ବଗପାଟିଆ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଫକୀର ମୋହନ ନାୟକ ଧରାପଡିଥିଲେ। ଏହି ଘଟଣାରେ ଜେଲ ଯିବା ପରେ ତାଙ୍କୁ ଜିଲା ଶିକ୍ଷା ବିଭାଗ ନିଲମ୍ବିତ କରିଛନ୍ତି। ଏହା ବ୍ୟତୀତ ଚଳିତବର୍ଷ ୧୦୦ରୁ ଊର୍ଦ୍ଧ୍ୱ ଶିକାର ମାମଲା ସହ ୨୦୦ରୁ ଅଧିକ ଲୋକଙ୍କୁ ବନ ବିଭାଗ ଗିରଫ କଲାଣି। କଟକଣା ସମୟରେ ସମୁଦ୍ରରେ ମାଛ ମାରିବାଠାରୁ ଆରମ୍ଭ କରି ଜାତୀୟ ଉଦ୍ୟାନ ସଂରକ୍ଷିତ ଅଞ୍ଚଳରୁ ପଶୁ ପକ୍ଷୀଙ୍କ ଶିକାର ହୋଇଛି। ତେବେ ଆସନ୍ତା ବଡଦିନ ଓ ନୂଆବର୍ଷ ପାଇଁ ଶିକାରୀଙ୍କ ଲୋଲୁପ ଦୃଷ୍ଟି ଭିତରକନିକାରେ ପଡିଛି ବୋଲି ସ୍ଥାନୀୟ ଅଞ୍ଚଳରେ ମତ ପ୍ରକାଶ ପାଇଛି। ରାଜନଗରର ବସନ୍ତ କୁମାର ହାତୀ କହିଛନ୍ତି, ବଡଦିନ ଓ ନୂଆବର୍ଷ ଦୁଇଦିନରେ ପର୍ଯ୍ୟଟକଙ୍କ ସଂଖ୍ୟା ଅଧିକ ହୋଇଥିବା ବେଳେ ସମସ୍ତ ଅଞ୍ଚଳରେ ଭୋଜିଭାତ କରିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ଶିକାରୀମାନେ ଶିକାର ଖୋଜିବାରେ ଲାଗି ପଡିଛନ୍ତି। ଭିତରକନିକାରେ ଶୀତ ଋତୁରେ ଦେଶୀ ବିଦେଶୀ ପକ୍ଷୀଙ୍କ ଭିଡ ଲାଗିଛି। ଭିତରକନିକା ଆଭ୍ୟନ୍ତର ଓ ବାହ୍ୟ ଅଞ୍ଚଳରେ ପକ୍ଷୀଙ୍କ ଶିକାର ଚାଲିଛି। ଏହାର ମାଂସ ନିକଟସ୍ଥ ବ୍ଲକ ଅଞ୍ଚଳ ସମେତ ପାରାଦୀପ, ଧାମରା, ଯାଜପୁର ଆଦି ଅଞ୍ଚଳକୁ ଯାଉଛି। ଏହା ନୂଆ ନୁହେଁ। ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବାର୍‌ହା, ହରିଣଠାରୁ ଆରମ୍ଭ କରି ପଶୁପକ୍ଷୀଙ୍କୁ ମାଂସ ପାଇଁ ଶିକାର କରାଯାଉଛି। ଏଥିସହ ସାମୁଦ୍ରିକ ଜୀବଙ୍କୁ ଶିକାର କରାଯାଇ ଏହି ଦୁଇଦିନରେ ଶିକାରୀ ଭଲ ରୋଜଗାର କରନ୍ତି। ଦୋଳଗୋବିନ୍ଦ ଜେନା କହିଛନ୍ତି, ଯନ୍ତା ସହ କେତେଜଣ ଶିକାରୀ କୁକୁରକୁ ଶିକାର କାର୍ଯ୍ୟରେ ନିୟୋଜିତ କରୁଛନ୍ତି। ସେହିପରି ବିରଳ ଅଲିଭ ରିଡଲେ କଇଁଛ ଶିକାର ଚାଲିଥିବା ବେଳେ ବନ ବିଭାଗ ପକ୍ଷରୁ ଅଦ୍ୟାବଧି କୌଣସି ମାମଲାରେ ଏହାକୁ ଦର୍ଶାଇ ଯାଉନାହିଁ। ବଡଦିନ ଓ ନୂଆବର୍ଷ ପୂର୍ବରୁ ମାଂସ ପାଇଁ ଶିକାର ହେଉଥିବା ସେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତି କହିଛନ୍ତି, ଏ ନେଇ ବନ ବିଭାଗ ସତର୍କ ଅଛି। ବିଭିନ୍ନ ରେଞ୍ଜ ଅଫିସରଙ୍କୁ ଏ ସମ୍ପର୍କରେ ଆଲର୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri