ଭିତରକନିକାରେ ଶୁଭିଲାଣି ଦେଶୀୟ ପକ୍ଷୀଙ୍କ କାକଳି

ରାଜନଗର, ୧୫ା୬(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ ବଢିବାରେ ଲାଗିଛି। ଭିତରକନିକାର ମଠଆଡିଆ, ଭିତରକନିକାପାଟିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇଲେଣି। ଦେଶୀୟ ପକ୍ଷୀଙ୍କ କାକଳିରେ ଭିତରକନିକା ଏବେ କୋଳାହଳମୟ ହୋଇ ଉଠିଛି।
ଭିତରକନିକାକୁ ଜୁନ୍‌ରୁ ଦେଶୀୟ ପକ୍ଷୀମାନଙ୍କର ଆଗମନ ହୋଇଥାଏ। ମା’ପକ୍ଷୀମାନେ ବସାରେ ଅଣ୍ଡାଦେଇ ଛୁଆ ଫୁଟାଇବା ପରେ ସେମାନଙ୍କୁ ସାଙ୍ଗରେ ଧରି ଅକ୍ଟୋବର ଶେଷ ସୁଦ୍ଧା ଫେରି ଯାଇଥାନ୍ତି। ମୌସୁମୀର ଆଗମନରେ ଏହି ପକ୍ଷୀମାନେ ଖାଦ୍ୟ ସଂଗ୍ରହ, ବଂଶବିସ୍ତାର ଓ ଭିତରକନିକାରେ ରହି ଯାଇଥିବା ବିଦେଶାଗତ ପକ୍ଷୀମାନଙ୍କ ସହ ବନ୍ଧୁତ୍ୱ ସ୍ଥାପନ ପାଇଁ ଦେଶୀୟ ପକ୍ଷୀମାନେ ଏଠାକୁ ଛୁଟି ଆସନ୍ତି। ଜଳବାୟୁର ପରିବର୍ତ୍ତନ ଓ ବିଶ୍ୱତାପନର ପ୍ରଭାବ ଯୋଗୁ ଭିତରକନିକାର ଜୈବ ବିବିଧତା ପ୍ରଭାବିତ ହୋଇଥିବାରୁ କ୍ରମାଗତ ଭାବେ ଦେଶୀୟ ପକ୍ଷୀ ଠିକଣା ବଦଳାଇବାରେ ଲାଗିଛନ୍ତି। ପୂର୍ବରୁ ବଗଗହନରେ ଦେଶୀୟ ପକ୍ଷୀମାନେ ଭିଡ ଜମାଉଥିଲେ। ଗତ ୫ ବର୍ଷ ହେଲା ବଗଗହନଠାରୁ ୩ କିମି ଦୂର ମଠଆଡିଆରେ ଦେଶୀୟ ପକ୍ଷୀଙ୍କ କଳରବ ଶୁଭୁଛି। ୨୦୧୯ ମସିହାରୁ ମଠଆଡିଆ ସହ ଲକ୍ଷ୍ମୀପ୍ରସାଦଡିଆ ଓ ଦୁର୍ଗାପ୍ରସାଦଡିଆରେ ଦେଶୀୟ ପକ୍ଷୀମାନେ ଭିଡ ଲାଗୁଛି। ଗତବର୍ଷ ଭିତରକନିକା ଜାତୀୟ ଉଦ୍ୟାନରେ ୧୦ପ୍ରକାର ପକ୍ଷୀଙ୍କ ସମାଗମ ହୋଇଥିଲା। ପକ୍ଷୀଗୁଡିକ ମଧ୍ୟରେ ଗେଣ୍ଡାଳିଆ ସର୍ବାଧିକ ୭୩,୬୨୭ଟି, ରାଣୀବଗ ୫,୨୫୯ଟି, ମଝିଆ ବଗ ୩,୮୯୬ଟି, ଛୋଟ ବଗ ୨,୩୭୫ଟି, ଖଇରା ବଗ ୩,୦୭୬ଟି, ମାଟିଆ ବଗ ୩,୧୪୯ଟି, ପାଣିକୁଆ ୯,୬୭୭ଟି, ଅନ୍ଧାରିଆ ବଗ ୧୬୩୭ଟି, ଦାବେଂଟିଆ ୪,୪୨୬ଟି, କାପରଖାଇ ୧୫୧୭ଟି ପକ୍ଷୀ ଚିହ୍ନଟ ହୋଇଥିଲେ। ଚଳିତବର୍ଷ ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ମଧ୍ୟ ଦେଶୀୟ ପକ୍ଷୀ ଭିତରକନିକାକୁ ଆସିବାରେ ଲାଗିଛନ୍ତି। ଭିତରକନିକାର ମଠଆଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଗେଣ୍ଡାଳିଆ, ଖଇରା, ଅଞ୍ଜନା, ରାଣୀବଗ, ମଝିଆବଗ, ବଡବଗ, ଅନ୍ଧାରିଆବଗ, ମାଛରଙ୍କା ପ୍ରଭୃତି ଦେଶୀୟ ପକ୍ଷୀ ଭିଡ ଜମାଇଲେଣି। ଏହି ଦେଶୀୟ ପକ୍ଷୀମାନେ ବନୀ, ଗୁଅଁା, ସିଙ୍ଗଡା, ରାଇ, ସିନ୍ଦୁକା, କେରୁଅଁା ଆଦି ଗଛରେ ବସା ବାନ୍ଧୁଥିବାର ଅପୂର୍ବ ଦୃଶ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri