ଭିତରକନିକାରେ ଶୁଭିଲାଣି ଦେଶୀୟ ପକ୍ଷୀଙ୍କ କାକଳି

ରାଜନଗର, ୧୫ା୬(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ ବଢିବାରେ ଲାଗିଛି। ଭିତରକନିକାର ମଠଆଡିଆ, ଭିତରକନିକାପାଟିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇଲେଣି। ଦେଶୀୟ ପକ୍ଷୀଙ୍କ କାକଳିରେ ଭିତରକନିକା ଏବେ କୋଳାହଳମୟ ହୋଇ ଉଠିଛି।
ଭିତରକନିକାକୁ ଜୁନ୍‌ରୁ ଦେଶୀୟ ପକ୍ଷୀମାନଙ୍କର ଆଗମନ ହୋଇଥାଏ। ମା’ପକ୍ଷୀମାନେ ବସାରେ ଅଣ୍ଡାଦେଇ ଛୁଆ ଫୁଟାଇବା ପରେ ସେମାନଙ୍କୁ ସାଙ୍ଗରେ ଧରି ଅକ୍ଟୋବର ଶେଷ ସୁଦ୍ଧା ଫେରି ଯାଇଥାନ୍ତି। ମୌସୁମୀର ଆଗମନରେ ଏହି ପକ୍ଷୀମାନେ ଖାଦ୍ୟ ସଂଗ୍ରହ, ବଂଶବିସ୍ତାର ଓ ଭିତରକନିକାରେ ରହି ଯାଇଥିବା ବିଦେଶାଗତ ପକ୍ଷୀମାନଙ୍କ ସହ ବନ୍ଧୁତ୍ୱ ସ୍ଥାପନ ପାଇଁ ଦେଶୀୟ ପକ୍ଷୀମାନେ ଏଠାକୁ ଛୁଟି ଆସନ୍ତି। ଜଳବାୟୁର ପରିବର୍ତ୍ତନ ଓ ବିଶ୍ୱତାପନର ପ୍ରଭାବ ଯୋଗୁ ଭିତରକନିକାର ଜୈବ ବିବିଧତା ପ୍ରଭାବିତ ହୋଇଥିବାରୁ କ୍ରମାଗତ ଭାବେ ଦେଶୀୟ ପକ୍ଷୀ ଠିକଣା ବଦଳାଇବାରେ ଲାଗିଛନ୍ତି। ପୂର୍ବରୁ ବଗଗହନରେ ଦେଶୀୟ ପକ୍ଷୀମାନେ ଭିଡ ଜମାଉଥିଲେ। ଗତ ୫ ବର୍ଷ ହେଲା ବଗଗହନଠାରୁ ୩ କିମି ଦୂର ମଠଆଡିଆରେ ଦେଶୀୟ ପକ୍ଷୀଙ୍କ କଳରବ ଶୁଭୁଛି। ୨୦୧୯ ମସିହାରୁ ମଠଆଡିଆ ସହ ଲକ୍ଷ୍ମୀପ୍ରସାଦଡିଆ ଓ ଦୁର୍ଗାପ୍ରସାଦଡିଆରେ ଦେଶୀୟ ପକ୍ଷୀମାନେ ଭିଡ ଲାଗୁଛି। ଗତବର୍ଷ ଭିତରକନିକା ଜାତୀୟ ଉଦ୍ୟାନରେ ୧୦ପ୍ରକାର ପକ୍ଷୀଙ୍କ ସମାଗମ ହୋଇଥିଲା। ପକ୍ଷୀଗୁଡିକ ମଧ୍ୟରେ ଗେଣ୍ଡାଳିଆ ସର୍ବାଧିକ ୭୩,୬୨୭ଟି, ରାଣୀବଗ ୫,୨୫୯ଟି, ମଝିଆ ବଗ ୩,୮୯୬ଟି, ଛୋଟ ବଗ ୨,୩୭୫ଟି, ଖଇରା ବଗ ୩,୦୭୬ଟି, ମାଟିଆ ବଗ ୩,୧୪୯ଟି, ପାଣିକୁଆ ୯,୬୭୭ଟି, ଅନ୍ଧାରିଆ ବଗ ୧୬୩୭ଟି, ଦାବେଂଟିଆ ୪,୪୨୬ଟି, କାପରଖାଇ ୧୫୧୭ଟି ପକ୍ଷୀ ଚିହ୍ନଟ ହୋଇଥିଲେ। ଚଳିତବର୍ଷ ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ମଧ୍ୟ ଦେଶୀୟ ପକ୍ଷୀ ଭିତରକନିକାକୁ ଆସିବାରେ ଲାଗିଛନ୍ତି। ଭିତରକନିକାର ମଠଆଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଗେଣ୍ଡାଳିଆ, ଖଇରା, ଅଞ୍ଜନା, ରାଣୀବଗ, ମଝିଆବଗ, ବଡବଗ, ଅନ୍ଧାରିଆବଗ, ମାଛରଙ୍କା ପ୍ରଭୃତି ଦେଶୀୟ ପକ୍ଷୀ ଭିଡ ଜମାଇଲେଣି। ଏହି ଦେଶୀୟ ପକ୍ଷୀମାନେ ବନୀ, ଗୁଅଁା, ସିଙ୍ଗଡା, ରାଇ, ସିନ୍ଦୁକା, କେରୁଅଁା ଆଦି ଗଛରେ ବସା ବାନ୍ଧୁଥିବାର ଅପୂର୍ବ ଦୃଶ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri