ମଧୁର ଜଳ ବିନା ଉଜୁଡ଼ିବ ଭିତରକନିକା

କେନ୍ଦ୍ରାପଡ଼ା ଅଫିସ, ୧୭।୮: କେନ୍ଦ୍ରାପଡ଼ା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ବିପଦର ସମ୍ମୁଖୀନ ହେବାକୁ ଯାଉଛି। କାରଣ ଏହି ଆର୍ଦ୍ରଭୂମିକୁ ଆଗାମୀଦିନରେ ମଧୁର ଜଳ ମିଳିବା ନେଇ ଆଶଙ୍କା ପ୍ରକାଶ ପାଇଛି। ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀର ସିଷ୍ଟମରେ ଥିବା କେନ୍ଦ୍ରାପଡ଼ା ଜିଲାର ୭ ନଦୀ ଓ ୨୭ ନାଳ ଭିତରକନିକାର ହେନ୍ତାଳ ବଣକୁ ବଞ୍ଚାଇ ରଖୁଛି। ତେବେ ଏହିସବୁ ନଦୀ, ନାଳ ଉପରମୁଣ୍ଡର ବିଭିନ୍ନ ସ୍ଥାନରେ ମଧୁର ଜଳ ଅଟକ ଓ ଉତ୍ତୋଳନ ଭିତରକନିକାର ଜୈବ ବିବିଧତାକୁ ନଷ୍ଟ କରିବ। ଏପରି ସମସ୍ୟାର ସମାଧାନ ପାଇଁ ଭିତରକନିକା ଇକୋ ସେନ୍‌ସେଟିଭ ଜୋନ ମନିଟରିଂ କମିଟି ସଦସ୍ୟ ଶ୍ରୀକାନ୍ତ ନାୟକ ଗତ ୧୦ ତାରିଖରୁ ଅନଶନରେ ବସିଛନ୍ତି। ଭିତରକନିକାକୁ ସମ୍ଭାବ୍ୟ ବିପନ୍ନ ସ୍ଥିତିରୁ ବଞ୍ଚାଇବା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ପରିବେଶବିତ୍‌ମାନେ ଜିଲା ପ୍ରଶାସନ, ରାଜ୍ୟ ଓ କେନ୍ଦ୍ର ସରକାର, ରାଜ୍ୟ ଓ ଜିଲା ବନ ସଂରକ୍ଷକଙ୍କୁ ୫ ପ୍ରଶ୍ନ ପଚାରିଛନ୍ତି। ଉତ୍ତର ନ ମିଳିଲେ ଜାତୀୟସ୍ତରରେ ଏହି ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ପରିବେଶବିତ୍‌ମାନେ କହିଛନ୍ତି।
ଅନଶନକାରୀ ଶ୍ରୀକାନ୍ତ ନାୟକ, ପରିବେଶବିତ୍‌ ଭୁବନେଶ୍ୱରର ବିଶ୍ୱନାଥ ମହାନ୍ତି, ଫଇଜଲ ଖାନ୍‌, ପୁରୀର ସୌମ୍ୟରଞ୍ଜନ ମହାନ୍ତି, ରାୟଗଡ଼ାର ବଳରାମ ପଣ୍ଡା, କେନ୍ଦ୍ରାପଡ଼ାର ହେମନ୍ତ କୁମାର ରାଉତ, ପ୍ରାଧ୍ୟାପକ ଭୁବନ ମୋହନ ଜେନା, ଅଧ୍ୟାପକ କ୍ଷୀତିଶ କୁମାର ସିଂହ କୁହନ୍ତି, ମଧୁର ଜଳ ଅଭାବ ହେନ୍ତାଳବଣ ନଷ୍ଟର କାରଣ ହେବ। ୬୦% ଲୁଣା ଓ ୪୦% ମଧୁର ଜଳର ମିଶ୍ରଣରେ ହେନ୍ତାଳବଣ ସୃଷ୍ଟି ହୋଇଥାଏ। ମଧୁର ଜଳ ନ ଥିବାରୁ ସମୁଦ୍ର ତଟରେ କେବଳ ଝାଉଁବଣ ଦେଖିବାକୁ ମିଳିଥାଏ। ରାଜ୍ୟରେ ୪୮୦ କି.ମି. ସମୁଦ୍ର ତଟ ଅଞ୍ଚଳରେ ୨୨୨ ବର୍ଗ କି.ମି. ଘଞ୍ଚ ହେନ୍ତାଳବଣ ରହିଛି। ସେଥିମଧ୍ୟରୁ କେନ୍ଦ୍ରାପଡ଼ା ଜିଲାର ମାତ୍ର ୪୮ କି.ମି. ତଟ ଅଞ୍ଚଳରେ ୧୮୩ ବର୍ଗ କି.ମି. ଏହି ବଣ ଅଛି। ତେବେ ଭିତରକନିକାକୁ ମଧୁର ଜଳ ଯୋଗାଉଥିବା ମହାନଦୀ, ବୈତରଣୀ ଓ ବ୍ରାହ୍ମଣୀର ଶାଖା ନଦୀ ଖରସ୍ରୋତା ଅକାମୀ ହେବାକୁ ଯାଉଛି। ଛତିଶଗଡ଼ରେ ମହାନଦୀରେ ବନ୍ଧ ନିର୍ମାଣ ପରେ ଅଣମୌସୁମୀ ସମୟରେ ତଳ ମୁଣ୍ଡରେ ଥିବା କେନ୍ଦ୍ରାପଡ଼ା ଜିଲାରେ ଜଳସ୍ରୋତ କମି ଯାଉଛି। ଏହି ସମୟରେ ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ସନ୍ତରାଠାରେ ମହାନଦୀରେ ଏକ ବୃହତ ଜଳାଶୟ ନିର୍ମାଣ କରାଯାଇ କେନ୍ଦ୍ରାପଡ଼ା ଜିଲା ପାଇଁ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ହେବାକୁ ଯାଉଛି। ଫଳରେ ମହାନଦୀର ତଳମୁଣ୍ଡରେ ଥିବା ଭିତରକନିକାକୁ ମଧୁର ଜଳ ପହଞ୍ଚତ୍ବା ଆଶା କ୍ଷୀଣ। ସେହିପରି କିଛିବର୍ଷ ହେଲା ଅଣମୌସୁମୀ ସମୟରେ ବୈତରଣୀର ମଧୁର ଜଳ ଭିତରକନିକାକୁ ପହଞ୍ଚତ୍ ପାରୁନାହିଁ। ମୌସୁମୀ ସମୟରେ ଭିତରକନିକା ଆସୁଥିବା ଜଳକୁ ଏବେ ଯାଜପୁର ସହର ନିକଟ ନିର୍ମାଣାଧୀନ ଜଳାଶୟରେ ରଖିବାକୁ ଯୋଜନା ହୋଇଛି। ବ୍ରାହ୍ମଣୀ ସିଷ୍ଟମରେ ବ୍ରାହ୍ମଣୀ ଓ ଶାଖାନଦୀ ଖରସ୍ରୋତା ରହିଛି। ଏବେ ଖରସ୍ରୋତାରେ କେନ୍ଦ୍ରାପଡ଼ା ଜିଲାର ୨ଟି ସ୍ଥାନରେ ମେଗା ଜଳସେଚନ ପ୍ରକଳ୍ପ ଓ ୨ଟି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି। ଏଥିସହ ଭଦ୍ରକ ଜିଲାର ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ପାଣି ନିଆଯିବ। ଏହି ୫ ପ୍ରକଳ୍ପର ଆବଶ୍ୟକତା ପୂରଣ ପରେ ଖରସ୍ରୋତା ପାଣି ଭିତରକନିକାରେ ପହଞ୍ଚତ୍ବା ନେଇ ସନ୍ଦେହ ସୃଷ୍ଟିି ହୋଇଛି। ଏଭଳିସ୍ଥଳେ କେବଳ ବ୍ରାହ୍ମଣୀର ସ୍ବଳ୍ପଧାରା ଭିତରକନିକାର ପ୍ରାକୃତିକ ବିଭବକୁ ବଞ୍ଚାଇବା ସମ୍ଭବ ନୁହେଁ। ଭିତରକନିକାର ଏହି ବିପଦରେ ଡିଏଫ୍‌ଓ ଓ ମୁଖ୍ୟ ବନ୍ୟ ସଂରକ୍ଷକ କାହିଁକି ନୀରବ ରହିଛନ୍ତି ବୋଲି ଉପରୋକ୍ତ ପରିବେଶବିତ୍‌ମାନେ ପ୍ରଶ୍ନ କରିଛନ୍ତି। ଏଥିସହ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ନୂଆହାଟ ଓ ପାଣି ଉଠା ସ୍ଥାନ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ଭିତରକନିକା ଇକୋ ସେନସେଟିଭ ଜୋନରେ ଅଛି। ଏହି ଜୋନରେ ପ୍ରକଳ୍ପ ଚାଲିବା ଦ୍ୱିତୀୟ ପ୍ରଶ୍ନ ହୋଇଛି। ୩ୟରେ ଭିତରକନିକାକୁ ସମୃଦ୍ଧ କରୁଥିବା ନଦୀର ସ୍ବାଭାବିକ ଜଳସ୍ରୋତ ତଳମୁଣ୍ଡରେ ପହଞ୍ଚତ୍ବା ପାଇଁ ରାଜ୍ୟ ସରକାରଙ୍କ କୌଣସି ଯୋଜନା କାହିଁକି କାର୍ଯ୍ୟକାରୀ ହୋଇନାହିଁ। ୪ର୍ଥରେ ମଧୁର ଜଳର ପରିମାଣ ସମ୍ପର୍କରେ ଏ ପର୍ଯ୍ୟନ୍ତ ଅନୁଧ୍ୟାନ କରାଯାଇ ନ ଥିବା ଏବେ ବିପଦ ସୃଷ୍ଟି କରିଛି। ସେହିପରି ବିଭିନ୍ନ ସ୍ଥାନରେ ମେଗା ପାନୀୟ ଜଳ ପ୍ରକଳ୍ପ ପରେ ଜାତୀୟ ଉଦ୍ୟାନର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କମିଟିର ରିପୋର୍ଟ କେବେ ବୋଲି ସେମାନେ ଶେଷ ପ୍ରଶ୍ନ ପଚାରିଛନ୍ତି। ଏ ସମ୍ପର୍କରେ ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତିଙ୍କୁ ପଚାରିବାରେ ୨୦୨୦ ଡିସେମ୍ବରରୁ ଭଦ୍ରକର ପାନୀୟ ଜଳ ପ୍ରକଳ୍ପ ପାଇଁ ଅନୁମୋଦନ ମିଳିଛି। ଏ ନେଇ ଆଇଆଇଟି ହାଇଦ୍ରାବାଦ ରିପୋର୍ଟ ଦେଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?