ବିଶ୍ୱସ୍ତରର ହେବ ଭିତରକନିକା: କେନ୍ଦ୍ର ମନ୍ତ୍ରୀ ଦେଲେ ସଂକେତ

କେନ୍ଦ୍ରାପଡ଼ା ଅଫିସ/ରାଜନଗର/ପଟ୍ଟାମୁଣ୍ଡାଇ,୨୪ା୧: ରାଜ୍ୟ ସରକାର କେନ୍ଦ୍ରାପଡ଼ା ଜିଲାରେ ମେଡିକାଲ କଲେଜ ପାଇଁ ଭିତ୍ତିଭୂମି ଯୋଗାଇ ଦେଲେ କେନ୍ଦ୍ର ସରକାର ଅନୁଦାନ ଯୋଗାଇ ଦେବେ। କେନ୍ଦ୍ର ସରକାର ନଦୀଭିତ୍ତିକ ବନ୍ଦର ଓ ଉପକୂଳ ରାଜପଥକୁ ଗୁରୁତ୍ୱ ଦେଉଛନ୍ତି। ଏହାଦ୍ୱାରା ଶିଳ୍ପବିହୀନ ଜିଲାରୁ କେନ୍ଦ୍ରାପଡ଼ା ନାମ ହଟିବ। ପର୍ଯ୍ୟଟନ କ୍ଷେତ୍ରର ଉନ୍ନତୀକରଣ କରାଯାଇ ଜାତୀୟ ଉଦ୍ୟାନ ଭିତରକନିକା ବିଶ୍ୱସ୍ତରର ହେବ ବୋଲି ରବିବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ ଦୁଇଦିନିଆ କେନ୍ଦ୍ରାପଡ଼ା ଜିଲା ଗସ୍ତ ରବିବାର ଶେଷ ହୋଇଛି। ଜାତୀୟ ଉଦ୍ୟାନ ଭିତରକନିକା ଇକୋରିଟ୍ରିଟ ସ୍ଥଳରେ ଶନିବାର ରାତ୍ରିଯାପନ କରି ଅପରାହ୍ନରେ ଇଚ୍ଛାପୁର ସ୍ଥିତ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରିଥିଲେ। ପୂର୍ବରୁ ଜଜାଙ୍ଗସ୍ଥିତ ସର୍କିଟ ହାଉସଠାରେ କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ମାନିତ କରିବା ସହ ଟିକାକରଣ ସମ୍ପର୍କରେ ସିଡିଏମ୍‌ଓ ଡା. ଅନୀତା ପଟ୍ଟନାୟକ, ଡା. କିଶୋର ମିଶ୍ର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିଥିଲେ। ଗସ୍ତ ସମ୍ପର୍କରେ ଖବରଦାତା ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଥିଲେ, ଭିତରକନିକାର ଅପରୂପ ସୌନ୍ଦର୍ଯ୍ୟକୁ ବିଶ୍ୱସ୍ତରରେ ପ୍ରଦର୍ଶନ କରି ପର୍ଯ୍ୟଟନ ଶିଳ୍ପକୁ ସମୃଦ୍ଧ କରାଯିବ। ଏନେଇ କେନ୍ଦ୍ର ପର୍ଯ୍ୟଟନ ଓ ଜାହାଜ ଚଳାଚଳ ମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯିବ ବୋଲି କହିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୋପାଳପୁରରୁ ଦୀଘା ପର୍ଯ୍ୟନ୍ତ ଉପକୂଳ ରାଜପଥ ନିର୍ମାଣ ପ୍ରକଳ୍ପକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ନିକଟସ୍ଥ ମହାନଦୀରେ ନଦୀଭିତ୍ତିକ ବନ୍ଦର ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏହି ଦୁଇ ପ୍ରକଳ୍ପ ସହ ରେଳ ଯୋଗାଯୋଗ ହେତୁ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସହ ପର୍ଯ୍ୟଟନ ଶିଳ୍ପରେ ଅର୍ଥନୈତିକ ସୁଧାର ହେବ। ନିକଟରେ ଜିଲା ଦେଇ ନିର୍ମିତ ହରିଦାସପୁର-ପାରାଦୀପ ରେଳପଥରେ ମାଲବାହୀ ସହ ଯାତ୍ରୀବାହୀ ରେଳ ଗଡ଼ିବ। ଏହାକୁ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିବେ ବୋଲି ସେ କହିଥିଲେ। ସମ୍ମିଳନୀରେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭୁବନ ମୋହନ ଜେନା, ଜିଲା ସଭାପତି କିଶୋର ପଣ୍ଡା ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri