ବିଶ୍ୱସ୍ତରର ହେବ ଭିତରକନିକା: କେନ୍ଦ୍ର ମନ୍ତ୍ରୀ ଦେଲେ ସଂକେତ

କେନ୍ଦ୍ରାପଡ଼ା ଅଫିସ/ରାଜନଗର/ପଟ୍ଟାମୁଣ୍ଡାଇ,୨୪ା୧: ରାଜ୍ୟ ସରକାର କେନ୍ଦ୍ରାପଡ଼ା ଜିଲାରେ ମେଡିକାଲ କଲେଜ ପାଇଁ ଭିତ୍ତିଭୂମି ଯୋଗାଇ ଦେଲେ କେନ୍ଦ୍ର ସରକାର ଅନୁଦାନ ଯୋଗାଇ ଦେବେ। କେନ୍ଦ୍ର ସରକାର ନଦୀଭିତ୍ତିକ ବନ୍ଦର ଓ ଉପକୂଳ ରାଜପଥକୁ ଗୁରୁତ୍ୱ ଦେଉଛନ୍ତି। ଏହାଦ୍ୱାରା ଶିଳ୍ପବିହୀନ ଜିଲାରୁ କେନ୍ଦ୍ରାପଡ଼ା ନାମ ହଟିବ। ପର୍ଯ୍ୟଟନ କ୍ଷେତ୍ରର ଉନ୍ନତୀକରଣ କରାଯାଇ ଜାତୀୟ ଉଦ୍ୟାନ ଭିତରକନିକା ବିଶ୍ୱସ୍ତରର ହେବ ବୋଲି ରବିବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ ଦୁଇଦିନିଆ କେନ୍ଦ୍ରାପଡ଼ା ଜିଲା ଗସ୍ତ ରବିବାର ଶେଷ ହୋଇଛି। ଜାତୀୟ ଉଦ୍ୟାନ ଭିତରକନିକା ଇକୋରିଟ୍ରିଟ ସ୍ଥଳରେ ଶନିବାର ରାତ୍ରିଯାପନ କରି ଅପରାହ୍ନରେ ଇଚ୍ଛାପୁର ସ୍ଥିତ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରିଥିଲେ। ପୂର୍ବରୁ ଜଜାଙ୍ଗସ୍ଥିତ ସର୍କିଟ ହାଉସଠାରେ କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ମାନିତ କରିବା ସହ ଟିକାକରଣ ସମ୍ପର୍କରେ ସିଡିଏମ୍‌ଓ ଡା. ଅନୀତା ପଟ୍ଟନାୟକ, ଡା. କିଶୋର ମିଶ୍ର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିଥିଲେ। ଗସ୍ତ ସମ୍ପର୍କରେ ଖବରଦାତା ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଥିଲେ, ଭିତରକନିକାର ଅପରୂପ ସୌନ୍ଦର୍ଯ୍ୟକୁ ବିଶ୍ୱସ୍ତରରେ ପ୍ରଦର୍ଶନ କରି ପର୍ଯ୍ୟଟନ ଶିଳ୍ପକୁ ସମୃଦ୍ଧ କରାଯିବ। ଏନେଇ କେନ୍ଦ୍ର ପର୍ଯ୍ୟଟନ ଓ ଜାହାଜ ଚଳାଚଳ ମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯିବ ବୋଲି କହିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୋପାଳପୁରରୁ ଦୀଘା ପର୍ଯ୍ୟନ୍ତ ଉପକୂଳ ରାଜପଥ ନିର୍ମାଣ ପ୍ରକଳ୍ପକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ନିକଟସ୍ଥ ମହାନଦୀରେ ନଦୀଭିତ୍ତିକ ବନ୍ଦର ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏହି ଦୁଇ ପ୍ରକଳ୍ପ ସହ ରେଳ ଯୋଗାଯୋଗ ହେତୁ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସହ ପର୍ଯ୍ୟଟନ ଶିଳ୍ପରେ ଅର୍ଥନୈତିକ ସୁଧାର ହେବ। ନିକଟରେ ଜିଲା ଦେଇ ନିର୍ମିତ ହରିଦାସପୁର-ପାରାଦୀପ ରେଳପଥରେ ମାଲବାହୀ ସହ ଯାତ୍ରୀବାହୀ ରେଳ ଗଡ଼ିବ। ଏହାକୁ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିବେ ବୋଲି ସେ କହିଥିଲେ। ସମ୍ମିଳନୀରେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭୁବନ ମୋହନ ଜେନା, ଜିଲା ସଭାପତି କିଶୋର ପଣ୍ଡା ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?