Posted inଫୁରସତ

କ୍ଷୀର ବ୍ୟବସାୟ ପାଇଁ ୩୦ କୋଟି ଟଙ୍କାର ହେଲିକପ୍ଟର କିଣିଲେ ମହାରାଷ୍ଟ୍ରର କୃଷକ

ମହାରାଷ୍ଟ୍ରରୁ ଆସିଥିବା ଏକ ଖବର ଏବେ ସମସ୍ତଙ୍କର ଭ୍ରୁକୁଞ୍ଚନ କରିଛି । ମହାରାଷ୍ଟ୍ରର ଭିବଣ୍ଡିରେ ରହୁଥିବା ଜଣେ କୃଷକ ହେଲିକପ୍ଟର କିଣିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଜନାର୍ଦ୍ଦନ ଭୋଇର ନାମକ ଏହି ୃଷକ ଦେଶସାରା ନିଜ ବ୍ୟବସାୟ ପାଇଁ ଯାତ୍ରା କରିବାକୁ ୩୦ କୋଟି ଟଙ୍କାର ଏକ ହେଲିକପ୍ଟର କିଣିଛନ୍ତି । ସେ ଜଣେ କୃଷକ ସହ ବିଲଡର୍ ବି । କିଛିଦିନ ହେବ ସେ ଡାଏରୀ ବ୍ୟସାୟରେ ପାଦ ରଖିଛନ୍ତି । ଯେଉଁଥିପାଇଁ ତାଙ୍କୁ ବହୁ ରାଜ୍ୟ ଗସ୍ତ କରିବାକୁ ପଡୁଛି । ନିକଟରେ ଏକ ୱେବ ସାଇଟକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଜନାର୍ଦ୍ଦନ କହିଛନ୍ତି ସେ ଏକ ହେଲିକପ୍ଟର କିଣିଛନ୍ତି । କାରଣ ଅନେକ ସମୟରେ ସେ ବ୍ୟବସାୟ ପାଇଁ ପଞ୍ଜାବ, ରାଜସ୍ଥାନ, ହରିୟାଣା ଓ ଗୁଜରାଟ ଗସ୍ତରେ ଯାଇ ଥାଆନ୍ତି । ତେଣୁ ସମୟ ବଞ୍ଚାଇବାକୁ ଯାଇ ସେ ହେଲିକପ୍ଟର କିଣିଛନ୍ତି । କେବଳ କ୍ଷୀର ବ୍ୟବସାୟ ନୁହେଁ ଚାଷ କାମ ପାଇଁ ବି ତାଙ୍କୁ ବିଭିନ୍ନ ରାଜ୍ୟକୁ ଯିବାକୁ ପଡିଥାଏ ବୋଲି ସେ ପ୍ରକାଶ କରିଛନ୍ତି । ଏବେ ସେ ୨୧୫ ଏକର ସ୍ଥାନରେ ସୁରକ୍ଷା ପାଚେରି ସହ ହେଲିପ୍ୟାଡ, ଏକ ପାଇଲଟ ରୁମ୍‌, ଓ ଗୋଟିଏ ଟେକନିସିଆନ୍ ରୁମ ତିଆରି କରିବାକୁ ଯୋଜନା କରିଛନ୍ତି । ତେବେ ୧୫ ମାର୍ଚ୍ଚକୁ ତାଙ୍କୁ ହେଲିକପ୍ଟର ମିଳିଯିବ ବୋଲି ସେ କହିଛନ୍ତି । ଆଉ ୨୧୫ ଏକର ଜମିରେ ସେ ହେଲିପ୍ୟାଡ ସହ ଅନ୍ୟ ସୁବିଧା କରାଇବେ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri