ପୁଣି ଆତ୍ମହତ୍ୟା କଲେ ଆଉ ଜଣେ ଲୋକପ୍ରିୟ କଳାକାର, ମୃତ୍ୟୁ ପୂର୍ବରୁ ଫେସ୍‌ବୁକ୍‌ ଲାଇଭ୍‌

ଗତ କିଛି ମାସ ମଧ୍ୟରେ ଅନେକ କଳାକାର ଆତ୍ମହତ୍ୟା କରିଛନ୍ତି। ଏହି କ୍ରମରେ ଭୋଜପୁରୀ ଅଭିନେତ୍ରୀ ଅନୁପମା ପଠକଙ୍କ ଆତ୍ମହତ୍ୟା ସାମ୍ନାକୁ ଆସିଛି। ସେ ନିଜ ମୁମ୍ବାଇର ବାସଭବନରେ ରେ ଆତ୍ମହତ୍ୟା କରିଛନ୍ତି। ତାଙ୍କ ମୃତଦେହ ଘରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ୪୦ବର୍ଷ ବୟସ୍କା ଅଭିନେତ୍ରୀଙ୍କ ଆତ୍ମହତ୍ୟା ଖବର ସମସ୍ତଙ୍କୁ ଚକିତ କରିଛି। ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ସେ ସୋସିଆଲ ମିଡିଆରେ ଲାଇଭ ଆସିଥିଲେ। ଫେସବୁକ ଲାଇଭରେ ଅନୁପମା ଲୋକଙ୍କ ସାମ୍ନାରେ ତାଙ୍କ ହୃଦୟ କଥା କହିଥିଲେ। କାହାକୁ ବିଶ୍ୱାସ କରାଯିବା ଉଚିତ ନୁହେଁ ବୋଲି ସେ କହିଥିଲେ। ଏଥିସହ ତାଙ୍କ ଭିଡିଓରେ ସେ କିପରି ଠକିଛନ୍ତି ତାହା ମଧ୍ୟ କହିଛନ୍ତି। ଖବର ଅନୁଯାୟୀ ଅନୁପମାଙ୍କ ଫ୍ଲାଟରୁ ଏକ ଆତ୍ମହତ୍ୟା ନୋଟ ମଧ୍ୟ ଉଦ୍ଧାର କରାଯାଇଛି। ଯେଉଁଥିରେ ସେ ଏହି ପଦକ୍ଷେପ ନେବା ପାଇଁ ଦୁଇଟି କାରଣ ଦର୍ଶାଇଛନ୍ତି। ସେ ଏହି ଆତ୍ମହତ୍ୟା ନୋଟରେ ଲେଖିଛନ୍ତି, ‘ମୁଁ ଜଣେ ବନ୍ଧୁଙ୍କ ଅନୁରୋଧ କ୍ରମେ ମାଲାଡର ଜ୍ଞାନ ଉତ୍ପାଦକ କମ୍ପାନୀରେ ୧୯ ହଜାର ଟଙ୍କା ବିନିଯୋଗ କରିଥିଲି। କମ୍ପାନୀ ଡିସେମ୍ବର ୨୦୧୯ରେ ଟଙ୍କା ଫେରସ୍ତ କରିବାକୁ ଥିଲା। ତଥାପି କମ୍ପାନୀ ମୋ ଟଙ୍କା ଫେରସ୍ତ କରିବାକୁ ନାରାଜ ଥିଲା। ସେ ଆତ୍ମହତ୍ୟା ନୋଟରେ ମନୀଷ ଝା ନାମକ ଜଣେ ବ୍ୟକ୍ତିଙ୍କୁ ମଧ୍ୟ ଉଲ୍ଲେଖ କରିଛନ୍ତି। ଅନୁପମା ତାଙ୍କ ଆତ୍ମହତ୍ୟା ନୋଟରେ କହିଛନ୍ତି ଯେ, ମନୀଷ କିପରି ତାଙ୍କଠାରୁ ଦୁଇ ଚକିଆ ଯାନକୁ ତାଲା ପକାଇ ନେଇଥିଲେ ଏବଂ ପରେ ଏହାକୁ ଫେରାଇବାକୁ ମନା କରିଦେଇଥିଲେ। ଅନୁପମାଙ୍କ ଶେଷ ଫେସବୁକ ପୋଷ୍ଟରେ ସେ ରାତି ପ୍ରାୟ ୧୨ଟା ସମୟରେ ବାଇ ବାଇ ଏବଂ ଗୁଡ ନାଇଟ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri