୪୦୦ କୋଟି ପାର୍‌ କଲା ‘ଭୁଲ୍‌ ଭୁଲୈୟା ୩’

ମୁମ୍ବାଇ: ଦୀପାବଳି ଅବସରରେ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଚଳଚ୍ଚିତ୍ର ‘ଭୁଲ୍‌ ଭୁଲୈୟା ୩’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଅଭିନେତା ଅଜୟ ଦେବଗନଙ୍କ ‘ସିଙ୍ଘମ୍‌ ଏଗେନ୍‌’ ଫିଲ୍ମ ସହ ‘ଭୁଲ୍‌ ଭୁଲୈୟା ୩’ର ବକ୍ସ ଅଫିସ୍‌ ଲଢ଼େଇ ହୋଇଥିଲା। ତେବେ ବକ୍ସ ଅଫିସ ବ୍ୟବସାୟରେ କାର୍ତ୍ତିକଙ୍କ ‘ଭୁଲ୍‌ ଭୁଲୈୟା ୩’ ଅଜୟଙ୍କ ‘ସିଙ୍ଘମ୍‌ ଏଗେନ୍‌’କୁ ପଛରେ ପକାଇଛି। ସୋମବାର ସୁଦ୍ଧା ସମଗ୍ର ବିଶ୍ୱରେ ‘ଭୁଲ୍‌ ଭୁଲୈୟା ୩’ ର ବ୍ୟବସାୟ ୪୦୦ କୋଟି ପାର୍‌ କରିଛି। ଏନେଇ କାର୍ତ୍ତିକ ମଙ୍ଗଳବାର ଇନ୍‌ଷ୍ଟାଗ୍ରାମରେ ଫିଲ୍ମର ଏକ ପୋଷ୍ଟର ଶେୟାର କରି ସୂଚନା ଦେଇଛନ୍ତି। ଫିଲ୍ମଟି ବିଶ୍ୱବ୍ୟାପୀ ୪୦୮.୫୨ କୋଟି ଟଙ୍କା ରୋଜଗାର କରିସାରିଛି ବୋଲି ଏହି ପୋଷ୍ଟରରେ ଦର୍ଶାଯାଇଛି। କାର୍ତ୍ତିକ କ୍ୟାପ୍‌ଶନ୍‌ରେ ଲେଖିଛନ୍ତି, ଯଦି ଫିଲ୍ମ ସହ ଦର୍ଶକ ଆସି ଛିଡ଼ା ହୁଅନ୍ତି ଏବଂ ଫିଲ୍ମର କାହାଣୀକୁ ସେମାନେ ବିଶ୍ୱାସ କରନ୍ତି, ତେବେ ସବୁକିଛି ସମ୍ଭବ। ଏଥିପାଇଁ ସମସ୍ତଙ୍କୁ ଧନ୍ୟବାଦ। ଅନେକ ୟୁଜର୍ସ ଏହି ପୋଷ୍ଟରେ କମେଣ୍ଟ ଦେଇ କାର୍ତ୍ତିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଜଣେ ୟୁଜର୍ସ ଲେଖିଛନ୍ତି, ‘ଭୁଲ୍‌ ଭୁଲୈୟା ୩’ ଏବେ ମଧ୍ୟ ଲୋକଙ୍କ ହୃଦୟରେ ରାଜ୍‌ କରୁଛି। ଅନ୍ୟ ଜଣେ ଲେଖିଛନ୍ତି, ଅବ୍‌ କି ବାର ୪୦୦ ପାର। ଆଉ ଜଣେ ୟୁଜର୍ସ ଲେଖିଛନ୍ତି, ଏହା କେବଳ ରୁହ ବାବାଙ୍କ ସ୍ବାଗ ଯୋଗୁ ସମ୍ଭବ।
‘ଭୁଲ୍‌ ଭୁଲୈୟା ୩’ ଫିଲ୍ମରେ କାର୍ତ୍ତିକଙ୍କ ସହ ଅଭିନେତ୍ରୀ ବିଦ୍ୟା ବଲାନ, ତୃପ୍ତି ଡିମ୍ରି ଓ ମାଧୁରୀ ଦୀକ୍ଷିତ ଓ ଅଭିନେତା ରାଜପାଲ ଯାଦବ ପ୍ରମୁଖ ନଜରକୁ ଆସିଛନ୍ତି। ଅନିଶ ବଜମୀଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ର ଲୋକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri