ମୁମ୍ବାଇର ହାଜି ଅଲି ଛକରେ ହେବ ସୁର ସାମ୍ରାଜ୍ଞୀଙ୍କ ୪୦ ଫୁଟ୍‌ ମୂର୍ତ୍ତୀ

ମୁମ୍ବାଇ: ଭାରତ ରତ୍ନ, ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ସୋମବାର ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳନ କରାଯାଇଛି। ଏହି ଅବସରରେ ମୁମ୍ବାଇର ତାଡଦେବ ସ୍ଥିତ ହାଜି ଅଲି ଛକଠାରେ ବିଏମସି ଲତା ମଙ୍ଗେସକରଙ୍କ ସ୍ମୃତିରେ ଏକ ଭବ୍ୟ ସ୍ମାରକୀ ନିର୍ମାଣ କରିବ। ଏଥିପାଇଁ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଏହାର ଭୂମି ପୂଜନ କରାଯାଇଥିଲା। ଏହି ଭୂମି ପୂଜାରେ ଲତା ମଙ୍ଗେସକରଙ୍କ ଭଉଣୀ ଉଷା ମଙ୍ଗେସକର, ମୀନା ମଙ୍ଗେସକର, ଆଦିନାଥ ମଙ୍ଗେସକର ଏବଂ ଅନ୍ୟ ପରିବାର ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ। ଏଥିସହ ମହାରାଷ୍ଟ୍ର ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିବା ମଙ୍ଗଲ ପ୍ରଭାତ ଲୋଢ଼ା ଏବଂ ଫିଲ୍ମ ଇଣ୍ଡଷ୍ଟ୍ରିର ଅନେକ ସେଲିବ୍ରିଟି ମଧ୍ୟ ସାମିଲ ହୋଇଥିଲେ। ଲତା ମଙ୍ଗେସକର ସ୍ମାରକୀର ଭୂମିପୁଜନ ଅବସରରେ ଉଷା ମଙ୍ଗେସକର କହିଛନ୍ତି, ଏକ ବର୍ଷ ମଧ୍ୟରେ ଲତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଭୂମିପୁଜନ କରାଯାଇଥିବାରୁ ସେ ବହୁତ ଖୁସି। ଇତିମଧ୍ୟରେ ମୁମ୍ବାଇରେ ତିଆରି ହେଉଥିବା କୋଷ୍ଟାଲ ରୋଡକୁ ମଧ୍ୟ ଲତା ଦିଦିଙ୍କ ନାମରେ ନାମକରଣ କରିବା ପାଇଁ ଉଷା ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି। ବିଏମ୍‌୍‌ସି ଲତା ମଙ୍ଗେଶକରଙ୍କ ସ୍ମାରକୀ ପାଇଁ ୫୦ ଲକ୍ଷ ଟଙ୍କା ବଜେଟ ରଖିଛି। ବିଏମସି ତାଙ୍କର ୪୦ ଫୁଟ ମୂର୍ତ୍ତି ତିଆରି କରିବ। ମୂର୍ତ୍ତି ନିର୍ମାଣ କାର୍ଯ୍ୟ ୩ ମାସ ମଧ୍ୟରେ ଶେଷ ହେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ତେବେ ଏହି ସ୍ମାରକୀର ନାମ ‘ସ୍ବର କଳ୍ପବୃକ୍ଷ’ନାମ ରଖାଯିବ। ଏଥିସହ ସ୍ମାରକୀକୁ ଆକାଶ ଏବଂ ପୃଥିବୀ ନାମରେ ମଧ୍ୟ ଜଣାଯିବ। ଏଠାରେ ସ୍ବତନ୍ତ୍ର ଦିନଗୁଡ଼ିରେ ସ୍ପିକର ଲଗାଇ ଲତା ମଙ୍ଗେସକରଙ୍କ ଗୀତଗୁଡ଼ିକ ବଜାଯିବ। ମହାରାଷ୍ଟ୍ର ଏବଂ ମୁମ୍ବାଇରେ ପ୍ରଥମ ଥର ପାଇଁ ଏଭଳି ଏକ ସ୍ମାରକୀ ନିର୍ମାଣ ହେବାକୁ ଯାଉଛି। ଯାହା ଆକାଶ ଏବଂ ପୃଥିବୀର ସମ୍ପର୍କକୁ ଏକ ଗଛ ସହିତ ସଂଯୋଗ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?