Posted inଜାତୀୟ

ଚାଞ୍ଚଲ୍ୟ: ୪ଟି କାର୍‌ରେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର; ଭିଡିଓ କରି…

ଭୋପାଳ,୧୩।୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଏକାଦଶ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ୪ଟି ଅଲଗା ଅଲଗା ଗାଡ଼ିରେ ଗଣବଳାତ୍କାର କରାଯାଇଛି। କେବଳ ଏତିକି ନୁହେଁ ଅଶ୍ଳୀଳ ଭିଡିଓ ପ୍ରସ୍ତୁତ କରି ବ୍ଲାକମେଲ୍‌ କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ଏକ ‘ଥାର୍‌’ ଏସୟୁଭି ସମେତ ୪ଟି କାର୍‌ ଜବତ କରିଛି।

ମୁଖ୍ୟ ଅଭିଯୁକ୍ତ ଆଉସାଫ୍ ଅଲି ଖାନଙ୍କୁ ଫେବୃଆରୀ ୩ ରେ ଗିରଫ କରାଯାଇଥିବା ବେଳେ ତାଙ୍କ ସହଯୋଗୀ ମାଜ୍ ଖାନଙ୍କୁ ଫେବୃଆରୀ ୮ ରେ ପୋଲିସ ଗିରଫ କରିଛି। ମାଜ୍ ଖାନ୍ ଭୋପାଳରେ ଏକ ଜିମ୍ ଚଳାନ୍ତି ଏବଂ ବର୍ତ୍ତମାନ ସେ ପୋଲିସ ରିମାଣ୍ଡରେ ଅଛନ୍ତି।

ପୋଲିସ ସୂଚନା ଅନୁଯାୟୀ, ଆଉସାଫ୍ ଅଲି ନାବାଳିକାଙ୍କୁ ଥାର୍‌ ଗାଡ଼ି ଭିତରେ ବଳାତ୍କାର କରୁଥିବା ବେଳେ ମାଜ୍ ଖାନ୍ ବାହାରେ ଠିଆ ହୋଇ ଏକ ଆଇଫୋନ୍‌ ମାଧ୍ୟମରେ ତାହାର ଭିଡିଓ ରେକର୍ଡ କରିଥିଲେ। ପରବର୍ତ୍ତୀ ସମୟରେ ଏହି ଭିଡିଓକୁ ଭାଇରାଲ୍ କରିଦେବାର ଧମକ ଦେଇ ପୀଡ଼ିତାଙ୍କଠାରୁ ୪୦,୦୦୦ ଟଙ୍କା ଆଦାୟ କରାଯାଇଥିଲା ଏବଂ ତାଙ୍କୁ ବାରମ୍ବାର ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରାଯାଇଥିଲା।

ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ପୋଲିସ କମିଶନର ACP ଅଙ୍କିତା ଖାତ୍ରାକରଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ତଦନ୍ତକାରୀ ଦଳ (SIT) ଗଠନ କରିଛନ୍ତି। ତଦନ୍ତ ବେଳେ ଜଣାପଡ଼ିଛି ଯେ, କୋହେଫିଜା ଥାନାରେ କାର୍ଯ୍ୟରତ ଜଣେ ହେଡ୍ କନଷ୍ଟେବଳ ଅଭିଯୁକ୍ତ ମାଜ୍ ଖାନ୍ ସହ ସମ୍ପର୍କ ରଖି ଗୋପନୀୟ ତଥ୍ୟ ଲିକ୍ କରୁଥିଲେ। ଏହି ଅଭିଯୋଗରେ ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି।

ପୋଲିସ ବର୍ତ୍ତମାନ ଘଟଣାରେ ବ୍ୟବହୃତ ଆଇଫୋନ୍‌କୁ ଖୋଜୁଥିବା ବେଳେ SIT ପକ୍ଷରୁ ତଦନ୍ତ ଜାରି ରହିଛି। ସେହୋର ଜିଲାର ଏକ ଗ୍ରାମରେ ଲୁଚାଇ ରଖାଯାଇଥିବା ଅପରାଧରେ ବ୍ୟବହୃତ ଗାଡ଼ିକୁ ପୋଲିସ ଜବତ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?