Posted inଜାତୀୟ

୧୫ ବର୍ଷ ହେବ ଗୋଟିଏ ବି ଦିନ ସ୍କୁଲ ବନ୍ଦ କରିନାହାନ୍ତି ଏହି ବାଳିକା

ଭୋପାଳ,୩।୯: ୧୫ ବର୍ଷ ହେବ ଗୋଟିଏ ବି ଦିନ ସ୍କୁଲ ବନ୍ଦ ନ କରି ରେକର୍ଡ ହାସଲ କରିଛନ୍ତି ଭୋପାଳ ରେ ରହୁଥିବା ଅଦିତି ଭାର୍ଗଭ। ବର୍ଷା କିମ୍ବା ଶୀତ ହେଉ କିମ୍ବା ଖରାପ ସ୍ବାସ୍ଥ୍ୟ ହେଉ, ଆଦିତି ସମସ୍ତ ଅସୁବିଧା ସତ୍ତ୍ୱେ ବିଦ୍ୟାଳୟକୁ ଯାଉଥିଲେ। ସ୍କୁଲ ବସ ମିସ ହୋଇଥିଲେ ମଧ୍ୟ ବିଦ୍ୟାଳୟକୁ ଯିବାକୁ ଇଚ୍ଛା ହେତୁ ଅଦିତିଙ୍କୁ ଅଭିଭାବକ ପଠାଇଥାନ୍ତି। ବିଦ୍ୟାଳୟକୁ ଯିବାର ଏହି ଉତ୍ସାହ ଯୋଗୁ ଅଦିତିଙ୍କ ନାମ ଇଣ୍ଡିଆ ବୁକ ଅଫ ରେକର୍ଡରେ ରେକର୍ଡ କରାଯାଇଛି।

ପିଲାଦିନରୁ ଆଦିତ୍ୟ ବିଦ୍ୟାଳୟକୁ ଯିବାକୁ ବହୁତ ଆଗ୍ରହୀ ଥିଲେ। ଏହି କାରଣରୁ ସେ ପ୍ରତିଦିନ ସ୍କୁଲରେ ପହଞ୍ଚିଯାନ୍ତି। ଗତ ୧୫ ବର୍ଷ ହେବ ଏମିତି କୌଣସି ଦିନ ନାହିଁ ସେ ବିଦ୍ୟାଳୟକୁ ଯାଇ ନାହାଁନ୍ତି। ଅଦିତି କାର୍ମେଲ କନଭେଣ୍ଟ ସିନିୟର ସେକେଣ୍ଡାରୀ ସ୍କୁଲର ଛାତ୍ରୀ। ସେ ଇଣ୍ଡିଆ ବୁକ ଅଫ ରେକର୍ଡ ପାଇଁ ଆବେଦନ କରିଥିଲେ। ଆବେଦନ ପରେ ଇଣ୍ଡିଆ ବୁକ ଅଫ ରେକର୍ଡସ ଦଳ ସ୍କୁଲ ଯାଇଥିଲେ। ଏହା ପରେ ଅଦିତି ଭାର୍ଗଭଙ୍କ ନାମ ଇଣ୍ଡିଆ ବୁକ ଅଫ ରେକର୍ଡରେ ଯୋଡି ହୋଇଯାଇଥିଲା। କେବଳ ଏତିକି ନୁହେଁ ଗଣିତରେ ସେ ଜାତୀୟ ସ୍ତରର ବିଜେତା। କରାଟେରେ ମଧ୍ୟ ସେ ବ୍ଲାକ ବେଲ୍ଟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri