ଧରାକୋଟ ଖାରିଗୁମ୍ମା ଘଟଣାକୁ ବିଏଚପିର ଦୃଢ଼ ନିନ୍ଦା: କାର୍ଯ୍ୟାନୁଷ୍ଠାନ ଦାବିକରି…

ଭଞ୍ଜନଗର,୨୪୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖାରିଗୁମ୍ମାରେ ଦୁଇ ଜଣଙ୍କୁ କିଛି ଲୋକ ଅତ୍ୟନ୍ତ ଅମାନୁଷିକ ଭାବେ ଆକ୍ରମଣ କରି ସର୍ବ ସମ୍ମୁଖରେ ଅଧା ଲଣ୍ଡା କରି ବୁଲାଇଲେ। ଏହିଭଳି ଘଟଣାକୁ ବିଶ୍ବ ହିନ୍ଦୁ ପରିଷଦ (ବି ଏଚ୍‌ପି ) ଏବଂ ବଜରଙ୍ଗ ଦଳ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି । ଏ ନେଇ ମଙ୍ଗଳବାର ଅପରାହ୍ନର ଭଞ୍ଜନଗର ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ବିଶ୍ୱ ହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଶ୍ୱ ହିନ୍ଦୁ ପରିଷଦ ଘୁମୁସର ସାଂଗଠନିକ ଜଲା ସମ୍ପାଦକ ବଟକୃଷ୍ଣ ପଣ୍ଡା ଯୋଗଦେଇ ଘଟଣାକୁ ଦୃଢ଼ ନିନ୍ଦା କରିଥିଲେ। ଏଥିସହ ଦୋଷିମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ଉକ୍ତ ଆକ୍ରମଣ ଘଟଣାରେ ଆମ ସଂଗଠନର କୌଣସି ଭୂମିକା ନାହିଁ ବୋଲି ପଣ୍ଡା କହିଥିଲେ। ସେହିଭଳି ବଜରଙ୍ଗ ଦଳ ରାଜ୍ୟ ସହ ସଂଯୋଜକ ରାଜୀବ ନେତ୍ର ଖାଡେଙ୍ଗା ମଧ୍ୟ ଘଟଣାକୁ ଦୃଢ଼ ନିନ୍ଦା କରିଥିଲେ। ହିନ୍ଦୁ ଧର୍ମକୁ ବଦନାମ କରିବା ପାଇଁ ରାଜନୀତି ଷଡ଼ଯନ୍ତ୍ର ହୋଇଛି। ହେଲେ ଆଗାମୀ ଦିନରେ ତାହାର ଉଚିତ୍‌ ଜବାବ ଦିଆଯିବ ବୋଲି ଖାଡେଙ୍ଗା କହିଥିଲେ। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଘୁମୁସର ଜିଲା ବଜରଙ୍ଗ ଦଳ ସହ ସଂଯୋଜକ ଅଜୟା ନନ୍ଦ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri