ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସଂଗଠନର ୭ ଗୋଟି ଜିଲାର ବହୁ ଭଦ୍ରବ୍ୟକ୍ତି ନିଜ ନିଜ ସଂଗଠନ ପାଇଁ ପ୍ରତିନିଧିତ୍ୱ କରିଥିଲେ। ଗୁଡାରିରୁ ଭୁବନେଶ୍ୱର ଏକ ସରକାରୀ ବସ୍‌ ସେବା ପ୍ରଦାନ ନିମନ୍ତେ ସଂଗଠନ ସଭାପତିଙ୍କୁ ସ୍ଥାନୀୟ “ୟୁଥ ଫର ଚେଞ୍ଜ” ଯୁବଗୋଷ୍ଠୀ ପକ୍ଷରୁ ଏକ ଦାବି ପତ୍ର ଗତ କିଛିଦିନ ପୂର୍ବେ ପ୍ରଦାନ କରାଯାଇଥିଲା। ସଂଗଠନର ବୈଠକ ଆରମ୍ଭର କିଛି ମିନିଟ୍‌ ପରେ ସଭାପତି ଗୁଡାରିରୁ ଭୁବନେଶ୍ୱର ସରକାରୀ ବସ୍‌ ସେବା ପ୍ରଦାନ ପାଇଁ ଦାବି ଉପସ୍ଥାପନା କରିଥିଲେ। ଏହାଛଡ଼ା ସେ କହିଥିଲେ, ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ୍‌ ସେବା ପ୍ରଦାନ କରାନଗଲେ ଗୁଡାରିରୁ କିଛି ଯୁବକ ସାଇକେଲରେ ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ନିମନ୍ତେ ସ୍ଥିର କରିଛନ୍ତି। ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ସଂଗଠନ ଗୁଡାରିର ଏହି ଦାବିକୁ ଗୁରୁତର ଭାବେ ନେବା ସହ ସଂଗଠନର ଏକ ଟିମ ଏ ଦିଗରେ କାର୍ଯ୍ୟ କରିବ ବୋଲି କହିଥିଲେ। ଏହି ଗୁରୁତ୍ୱପୂର୍ଣ ବୈଠକରେ ଗୁଡାରିର ଏକ ମୁଖ୍ୟ ଦାବିକୁ ଉପସ୍ଥାପନା କରିଥିବାରୁ ସ୍ଥାନୀୟ ବୁଦ୍ଧିଜୀବୀ ସଭାପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ

କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

ଆସାମରେ ବନ୍ୟା ବିଭୀଷିକା

ଗୁଆହାଟୀ,୨୧ା୭: ଉପର ଆସାମରେ ବନ୍ୟା ସ୍ଥିତି ଉତ୍କଟ ହୋଇଛି। ୭ ଜିଲାରେ ୫୭,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ ଚା’ ବଗିଚାଗୁଡ଼ିକ ପାଣିରେ ବୁଡ଼ିଯାଇଛି। ଲଗାଣ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri