Posted inଖେଳ

ଭୁବନେଶ୍ୱର ‘ଏ’, ଅବଶିଷ୍ଟ ଓଡ଼ିଶା ‘ଡି’ ବିଜୟୀ

ଭୁବନେଶ୍ୱର, ୨ା୬ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ସିନିୟର ପୁରୁଷ ଆନ୍ତଃଜିଲା କ୍ରିକେଟ ସୁପର ଲିଗ୍‌ କଳାହାଣ୍ଡି କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ ଭୁବନେଶ୍ୱର ‘ଏ’ ଓ ଅବଶିଷ୍ଟ ଓଡ଼ିଶା ‘ଡି’ ସେମାନଙ୍କ ମ୍ୟାଚରେ ବିଜୟୀ ହୋଇଛନ୍ତି। କଟକସ୍ଥିତ ରେଭେନ୍‌ଶା ଗ୍ରାଉଣ୍ଡ-୧ରେ ଅନୁଷ୍ଠିତ ଅବଶିଷ୍ଟ ଓଡ଼ିଶା ‘ବି’ ବିପକ୍ଷ ମ୍ୟାଚରେ ଭୁବନେଶ୍ୱର ‘ଏ’ ୧୪୦ ରନରେ ବିଜୟ ଲାଭ କରିଛି। ଏଥିରେ ବିଜୟୀ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ୭୫.୨ ଓଭରରେ ୨୮୯ ରନ କରି ଅଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ଦେବାଶିଷ ୮୨, ସତ୍ୟଜିତ୍‌ ସାବତ ୭୮, ସନ୍ଦୀପ ସେଠୀ ୬୧ ରନ କରିଥିଲେ। ଅବଶିଷ୍ଟ ଓଡ଼ିଶା ‘ବି’ ଦଳ ପକ୍ଷରୁ ଟୁକୁନା ସାହୁ ୭୨ରନ ଦେଇ ୪ଟି ଏବଂ ଭାଗେଶ ଶର୍ମା ୬୨ ରନ ବିନିମୟରେ ୩ଟି ଉଇକେଟ ଅକ୍ତିଆର କରିଥିଲେ। ୨୯୦ ରନର ବିଜୟ ଲକ୍ଷ୍ୟକୁ ନେଇ ବ୍ୟାଟିଂ କରିଥିବା ଅବଶିଷ୍ଟ ଓଡ଼ିଶା ‘ବି’ ୪୪.୪ ଓଭରରେ ୧୪୯ ରନ କରି ଅଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ରଣଜିତ ସିଂ ୩୯ ଓ ଅଂଶୁମାନ ମିଶ୍ର ୨୬ ରନ କରିଥିଲେ। ଭୁବନେଶ୍ୱର ‘ଏ’ ଦଳ ତରଫରୁ ଶ୍ରେଷ୍ଠ ବୋଲିଂ କରିଥିବା ରୀତେଶ ପ୍ରିୟରଞ୍ଜନ ୩୬ ରନ ବିନିମୟରେ ୫ ଉଇକେଟ ଅକ୍ତିଆର କରିଥିଲେ। ଅଂଶୁମାନ ବେଜ୍‌ ୩୪ ରନ ଦେଇ ୩ ଉଇକେଟ ହାସଲ କରିଥିଲେ। ରୀତେଶ ପ୍ରିୟରଞ୍ଜନ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।
କଟକସ୍ଥିତ ସନ୍‌ସାଇନ୍‌ ଗ୍ରାଉଣ୍ଡରେ ଅବଶିଷ୍ଟ ଓଡ଼ିଶା ‘ଡି’ ୧୦୪ ରନରେ ଢେଙ୍କାନାଳକୁ ପରାସ୍ତ କରିଛି। ଏହି ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଅବଶିଷ୍ଟ ଓଡ଼ିଶା ‘ଡି’ ୫୮ ଓଭରରେ ୨୪୮ରନ କରି ଅଲଆଉଟ ହୋଇଯାଇଥିଲା। ଆଶିଷ ପରିଜା ୭୮ ଓ ଜାମଳା ମହାପାତ୍ର ୫୨ ରନ କରିଥିଲେ। ଢେଙ୍କାନାଳ ଦଳ ୪୦.୩ ଓଭରରେ ୧୪୪ରନ କରି ଅଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ କାହ୍ନା ଭୂତିଆ ୪୦ ଓ ବିକାଶ ରାଉତ ୨୮ରନ କରିଥିଲେ। ଅବଶିଷ୍ଟ ଓଡ଼ିଶା ‘ଡି’ ପକ୍ଷରୁ ଅଙ୍କିତକର ଜୈସ୍ବାଲ ୩ଟି ଉଇକେଟ ନେଇଥିବା ବେଳେ ଦିଲୀପ ପଣ୍ଡା ଓ ଜାମଳା ମହାପାତ୍ର ୨ଟି ଲେଖାଏ ଉଇକେଟ ହାସଲ କରିଥିଲେ। ମ୍ୟାଚରେ ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ଜାମଳା ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri