ଜନ୍ମଦିନରେ ଘରକୁ ଫେରିଲେ ନାହିଁ; ମନ୍ଦିର ପରିସରରୁ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତଦେହ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ)-ରାଜଧାନୀ ଭୁବନେଶ୍ୱରର ଇନ୍‌ଫୋସିଟି ଥାନା ଅଞ୍ଚଳରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ପଥଗାଡିଆ ଅଞ୍ଚଳର ସୁଶାନ୍ତ ବେହେରା ଓରଫ ରାଜୁ (୩୦)। ପଟିଆ ଚନ୍ଦକା ଶିଳ୍ପାଞ୍ଚଳରେ ଥିବା ଏକ ନିର୍ମାଣଧିନ ମନ୍ଦିର ପରିସରରୁ ମଙ୍ଗଳବାର ଅପରାହ୍ନରେ ରାଜୁଙ୍କ ମୃତଦେହକୁ ପୋଲିସ ଜବତ କରିଛି। ତେବେ ରାଜୁଙ୍କ ମୃତ୍ୟୁକୁ ପରିବାର ଲୋକ ସହଜରେ ଗ୍ରହଣ କରିପାରିନାହାନ୍ତି। ରାଜୁଙ୍କୁ ହତ୍ୟା କରାଯାଇଥିବା ନେଇ ବାପା ନବକିଶୋର ବେହେରା ଇନ୍‌ଫୋସିଟି ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ରାଜୁ ସ୍ଥାନୀୟ ଅଞ୍ଚଳର ଏକ ଘରୋଇ ହସ୍ପିଟାଲର ଆମ୍ବୁଲାନ୍ସ ଡ୍ରାଇଭର ଭାବେ କାମ କରୁଥିଲେ। ତାଙ୍କର ଗୋଟିଏ ପୁଅ ଥିବାବେଳେ ସ୍ତ୍ରୀ ଏବେ ଗର୍ଭବତୀ ଅଛନ୍ତି। ସୋମବାର ରାଜୁଙ୍କ ଜନ୍ମଦିନ ଥିଲା। ସାରେ ଘରେ ଜନ୍ମଦିନ ପାଳନ କରାଯିବା ପାଇଁ ପ୍ରସ୍ତୁତି ହୋଇଥିଲା। ଅପରାହ୍ନ ୨ଟା ବେଳେ ଘରୁ କୌଣସି ଏକ କାମରେ ରାଜୁ ବାହାରକୁ ଆସିଥିଲେ। ହେଲେ ସେ ଆଉ ଫେରି ନ ଥିଲେ। ରାତି ହେବାରୁ ପରିବାର ଲୋକ ଚିନ୍ତାରେ ପଡିଥିଲେ। ରାଜୁଙ୍କ ମୋବାଇଲକୁ ବାରମ୍ବାର କଲ୍‌ କରାଯାଇଥିଲେ ମଧ୍ୟ ସେ ଉଠାଇ ନ ଥିଲେ। ମଙ୍ଗଳବାର ଅପରାହ୍ନରେ ଉକ୍ତ ମନ୍ଦିର ପରିସରରେ ରାଜୁଙ୍କ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri