ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ବିଭିନ୍ନ ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଶନିବାର ୪୪.୭ ଡିଗ୍ରୀ ସେଲ୍‌ସିୟସ୍‌ ସହ ଅନୁଗୋଳ ରାଜ୍ୟର ସର୍ବାଧିକ ଏବଂ ବିଶ୍ୱର ୧୧ତମ ଉତ୍ତପ୍ତ ସହର ପାଲଟିଛି। ସେହିପରି ୪୪.୬ ଡିଗ୍ରୀ ସହିତ ଭୁବନେଶ୍ୱର ରାଜ୍ୟର ଦ୍ୱିତୀୟ ତଥା ବିଶ୍ୱର ୧୩ତମ ଉତ୍ତପ୍ତ ସହର ରହିଥିଲା। ୪୪.୨ ଡିଗ୍ରୀ ସହିତ ବାରିପଦା ତୃତୀୟ ଉତ୍ତପ୍ତ ସହର ରହିଥିଲା। ୩୩ ସହରରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ୍‌ କିମ୍ବା ଅଧିକ ରେକର୍ଡ କରାଯାଇଥିବା ବେଳେ ୧୪ ସହରରେ ୪୩ ଡିଗ୍ରୀ କିମ୍ବା ଅଧିକ ତାପମାତ୍ରା ରେକର୍ଡ କରାଯାଇଛି।

ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ, ବୌଦ୍ଧ, ଢେଙ୍କାନାଳ ଓ ଭବାନୀପାଟଣାରେ ୪୩.୭, ନୂଆପଡ଼ା ଓ ଝାରସୁଗୁଡ଼ାରେ ୪୩.୬, ବଲାଙ୍ଗୀର, ଯାଜପୁର, ତାଳଚେର ଓ ନୟାଗଡ଼ରେ ୪୩.୫, କଟକ ୪୩.୪, ଟିଟିଲାଗଡ଼ ୪୩, ସୁନ୍ଦରଗଡ଼ ଓ ପାରଳାଖେମୁଣ୍ଡିରେ ୪୨.୮, ମାଲକାନଗିରି ଓ ରାଉରକେଲାରେ ୪୨.୭, ଜଗତସିଂହପୁର ୪୨.୫, ଚାନ୍ଦବାଲି ୪୨.୪, ସମ୍ବଲପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ୪୨.୨, ହୀରାକୁଦ ୪୨.୧, ସୁବର୍ଣ୍ଣପୁର ୪୧.୮, ବାଲେଶ୍ୱର ୪୧.୭, କେନ୍ଦୁଝର ୪୧.୫, ରାୟଗଡ଼ା ୪୧.୪, ଫୁଲବାଣୀ ୪୦.୮, ଖୋର୍ଦ୍ଧା ଓ ବରଗଡ଼ରେ ୪୦.୫, ଛତ୍ରପୁର ଏବଂ ଦେବଗଡ଼ରେ ୪୦ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ଶନିବାର ଚଳିତ ସିଜିନରେ ପ୍ରଥମ ଥର ପାଇଁ ଦ୍ୱୈତ ନଗରୀରେ ଯୁଗ୍ମ ଭାବେ ଗୋଟିଏ ଦିନରେ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ୍‌ ଅତିକ୍ରମ କରିଛି। ଭୁବନେଶ୍ୱରରେ ଦିନ ତାପମାତ୍ରା ସ୍ବାଭାବିକ ତୁଳନାରେ ୬.୮ ଡିଗ୍ରୀ ଅଧିକ ରେକର୍ଡ ହୋଇଥିବାବେଳେ କଟକରେ ୬.୩ ଡିଗ୍ରୀ ଅଧିକ ରେକର୍ଡ କରାଯାଇଛି। ତେବେ ରାଜ୍ୟରେ ୨୦୦୩ରେ ଟିଟିଲାଗଡ଼ରେ ସର୍ବାଧିକ ଦିନ ତାପମାତ୍ରା ୫୦.୧ ଡିଗ୍ରୀ ରେକର୍ଡ କରଯାଇଥିଲା। ଅପର ପକ୍ଷେ ରବିବାର ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା, କଟକ, ସମ୍ବଲପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ୧୩ ଜିଲାକୁ ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ଦେବଗଡ଼, ସୁବର୍ଣ୍ଣପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ରାୟଗଡ଼ା, ଭଦ୍ରକ, ବାଲେଶ୍ୱର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମାଲକାନଗିରି, ଗଞ୍ଜାମ, ଗଜପତି, ନବରଙ୍ଗପୁର ଓ ବରଗଡ଼ ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ କୋରାପୁଟ ଓ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୨ ତାରିଖରେ କିଛି ଜିଲାରେ କାଳବୈଶାଖୀ ସହ ସ୍ବଳ୍ପ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?