ପୁଣେକୁ ହରାଇଲା ଭୁବନେଶ୍ୱର ବାପୁଜୀ କ୍ଲବ

ପଦ୍ମପୁର,୧୬।୧(ପ୍ରଦୀପ୍ତ ଦାଶ): ପଦ୍ମପୁର ଆର୍‌.ବି ହାଇସ୍କୁଲ ପଡିଆରେ ଚାଲିଥିବା ୩୦ତମ ସର୍ବଭାରତୀୟ ବୋଡ଼ାସମ୍ବର କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଷଷ୍ଠ ଦିବସ ତଥା ପୁଲ୍‌-‘ବି’ର ଦ୍ୱିତୀୟ ମ୍ୟାଚ୍‌ ଅମର ସ୍ପୋର୍ଟସ ପୁଣେ ଓ ବାପୁଜୀ କ୍ଲବ୍‌ ଭୁବନେଶ୍ୱର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଭୁବନେଶ୍ୱର ଦଳ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୩୦ ଓଭରରେ ସମସ୍ତ ଉଇକେଟ୍‌ ହରାଇ ୩୦୧ ରନ୍‌ ସଂଗ୍ରହ କରିଥିଲା। ଜବାବରେ ପୁଣେ ଦଳ ୨୮.୨ ଓଭରରେ ସମସ୍ତ ଉଇକେଟ୍‌ ହରାଇ ୨୦୩ ରନ୍‌ ସଂଗ୍ରହ କରି ପରାଜିତ ହୋଇଥିଲା। ଭୁବନେଶ୍ୱର ଦଳର ରାକେଶ ପଟ୍ଟନାୟକ ୫୯ ବଲରେ ୧୧୭ ରନ୍‌ ସଂଗ୍ରହ କରିଥିବା ବେଳେ ପୁଣେ ଦଳର ଅମନ୍‌ କୋହଲି ୭୧ ବଲରେ ୮୨ ରନ୍‌ ସଂଗ୍ରହ କରିଥିଲେ। ପୁରସ୍କାର ବିତରଣୀ ସମାରୋହରେ ବସ୍‌ ମାଲିକ ସଂଘ ସମ୍ପାଦକ ଏସ୍‌. କେ. ସାମୁଏଲ୍‌ ହୁସେନ୍‌ ମୁଖ୍ୟ ଅତିଥି, ବୋଡ଼ାସମ୍ବର କ୍ଲବ୍‌ର ବରିଷ୍ଠ ସଦସ୍ୟ ପ୍ରଶାନ୍ତ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଭୁବନେଶ୍ୱର ଦଳର ରାକେଶ ପଟ୍ଟନାୟକଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ଟ୍ରଫି ସହ ନଗଦ ରାଶି ପ୍ରଦାନ କରିଥିଲେ। ଶ୍ୟାମ ସୁନ୍ଦର ପଣ୍ଡା ଓ ପ୍ରତାପ ପାତ୍ର ମ୍ୟାଚ୍‌ ପରିଚାଳନା କରିଥିଲେ। ରିଙ୍କୁ ବରିହା, ଅମରେଶ ବେହେରା ସ୍କୋରର, ରୋହିଣୀ ପାଣ୍ଡେ ଓ କୁମାର ଆନନ୍ଦ ଉଦ୍‌ଘୋଷକ ଦାୟିତ୍ୱ ତୁଲାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri