ମାର୍ଚ୍ଚ ୨୫ରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ

ଭୁବନେଶ୍ୱର,୨୪।୨ (ବ୍ୟୁରୋ): ୨୦୨୩-୨୪ ବର୍ଷ ପାଇଁ ଆସନ୍ତା ମାର୍ଚ୍ଚ ୨୫ରେ ଭୁବନେଶ୍ୱର ଓକିଲ ସଂଘର ନିର୍ବାଚନ ହେବ। ରାଜ୍ୟ ଆଇନଜୀବୀ ପରିଷଦର ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଓକିଲ ସଂଘ ସାଧାରଣ ପରିଷଦ ପକ୍ଷରୁ ଏନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଚଳିତ ବର୍ଷ ପାଇଁ ଜଗନ୍ନାଥ ଦାସ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିର୍ବାଚନ ପରିଚାଳନା ଦାୟିତ୍ୱ ବହନ କରୁଛନ୍ତି। ତେବେ ଗତ କରୋନା ମହାମାରୀ ବେଳେ ଜଗନ୍ନାଥ ୨ବର୍ଷ ଧରି ନିର୍ବାଚନ ଅଧିକାରୀ ଭାବେ ଠିକ୍‌ ଭାବେ କାର୍ଯ୍ୟ ସମ୍ପାଦନା କରିଥିଲେ। ଚଳିତ ବର୍ଷ ପୁଣି ଶ୍ରୀ ଦାସ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଓକିଲ ସଂଘର ସମ୍ପାଦକ ରାଜ କିଶୋର ଦାସ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିର୍ବାଚନ ଅଧିକାରୀ ଦାସଙ୍କ ସୂଚନା ଅନୁଯାୟୀ, ଆଇନଜୀବୀ ପରିଷଦ ଦ୍ୱାରା ରାଜ୍ୟରେ ୱାନ୍‌ ବାର୍‌ ୱାନ୍‌ ଭୋଟ୍‌ ନିୟମ ଲାଗୁ ହୋଇଥିବାରୁ ଗୋଟିଏ ଦିନ ସମସ୍ତ ଓକିଲ ସଂଘର ନିର୍ବାଚନ ଅନୁଷ୍ଠିତ ହେବ। ୨୫ତାରିଖ ସକାଳ ୮ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟ୍‌ ଗ୍ରହଣ କରାଯିବ। ତେବେ ଉକ୍ତଦିନ ଅପରାହ୍ନ ୪ଟାରୁ ଭୋଟ ଗଣତି କରାଯାଇ ନିର୍ବାଚନ ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri